ମନର ବୋଝ ହାଲ୍‌କା କରେ ସହକର୍ମୀଙ୍କ ସହ ବାର୍ତ୍ତାଳାପ

ଲଣ୍ଡନ: ବିଭିନ୍ନ ସାମାଜିକ ତଥା ଆର୍ଥିକ ସମସ୍ୟା ଯୋଗୁ ମନ ଅନେକ ସମୟରେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର ଆଦାନ ପ୍ରଦାନ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି ଲଣ୍ଡନ ସୁରୀ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବନ୍ଧୁବାନ୍ଧବଙ୍କ ସହିତ କଥାବାର୍ତ୍ତା ହେଲେ ମନର ବୋଝ ହାଲ୍‌କା ହୋଇଥାଏ। ସେହିପରି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ଦ୍ୱାରା ମଧ୍ୟ ମାନସିକ ଅବସ୍ଥାରେ ସନ୍ତୁଳନ ଆସିଥାଏ। କର୍ମକ୍ଷେତ୍ରରେ କାର୍ଯ୍ୟର ଚାପଯୋଗୁ ବିଭିନ୍ନ ଶାରୀରିକ ସମସ୍ୟା ସୃଷ୍ଟି ହୋଇଥାଏ ବୋଲି ପୂର୍ବରୁ ଆକଳନ କରାଯାଉଥିଲା। ଏହି ନୂତନ ଅନୁଧ୍ୟାନରୁ ମିଳିଥିବା ତଥ୍ୟ ଅନୁସାରେ କର୍ମକ୍ଷେତ୍ରରେ ମାନସିକ ଚାପ ସୃଷ୍ଟି ହେବା ପରିବର୍ତ୍ତେ ହ୍ରାସ ପାଇଥାଏ ବୋଲି ଜଣାପଡିଛି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ଭାବର ଆଦାନ ପ୍ରଦାନ ଯୋଗୁ କାମ ଭଲ ହୋଇଥାଏ ଓ ମାନସିକ ଅବସ୍ଥା ସୁଧୁରି ଯାଇଥାଏ। ଏହି ମର୍ମରେ ଗବେଷକ ୫୦୦ କର୍ମଚାରୀଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ସେମାନେ ଦେଇଥିବା ଉତ୍ତର ଆଧାରରେ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ପ୍ରାୟ ୮୭ ପ୍ରତିଶତ କର୍ମଜୀବୀ କର୍ମକ୍ଷେତ୍ରରେ ମାନସିକ ଚାପ କମିଯାଇଥାଏ ବୋଲି କହିଥିଲେ। ଅନ୍ୟପକ୍ଷରେ ୧୨ ପ୍ରତିଶତ ଲୋକ କର୍ମକ୍ଷେତ୍ର ମାନସିକ ଅଶାନ୍ତି ବଢ଼ାଇଥାଏ ବୋଲି ମତ ଦେଇଥିଲେ। ସେହିପରି ୯୦ ପ୍ରତିଶତରୁ ଅଧିକ ଲୋକ କର୍ମକ୍ଷେତ୍ରରେ ବନ୍ଧୁତ୍ୱପୂର୍ଣ୍ଣ ବାତାବରଣ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି କରାଇଥାଏ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri