Posted inଖେଳ

ମନସୁରଙ୍କ ବିରୋଧରେ ଫିକ୍ସିଂ ଅଭିଯୋଗ ଆଣିଲେ ଉମର

କରାଚୀ,୮।୮- ବିବାଦୀୟ ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ଆଉ ଏକ ମହା ଅଭିଯୋଗ ଆଣି ହଇଚଇ ସୃଷ୍ଟି କରିଛନ୍ତି। ଚଳିତ ଗ୍ଲୋବାଲ ଟି୨୦ କାନାଡ଼ାରେ ପୂର୍ବତନ ଟେଷ୍ଟ କ୍ରିକେଟର ମନସୁର ଅକ୍ତାର ଦୁର୍ନୀତିମୂଳକ ପ୍ରସ୍ତାବ ଦେଇଥିଲେ ବୋଲି ସେ ଅଭିଯୋଗ କରିଛନ୍ତି। ଏ ନେଇ ସେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆଣ୍ଟି କରପଶନ ୟୁନିଟ୍‌ (ଏସିୟୁ) ସମେତ ଟୁର୍ନାମେଣ୍ଟ ଆୟୋଜକଙ୍କୁ ସେ ଅବଗତ କରାଇଛନ୍ତି। ଉମର ଓ୍ବିନିଙ୍ଗ୍‌ ହକ୍ସ ଫ୍ରଞ୍ଚାଇଜ୍‌ ପାଇଁ ଏହି ଟି୨୦ ଲିଗ୍‌ ଖେଳୁଛନ୍ତି। ଏହି ଦଳର ମ୍ୟାନେଜମେଣ୍ଟରେ ମନସୁର ମଧ୍ୟ କାର୍ଯ୍ୟ କରୁଛନ୍ତି। ତେବେ ମନସୁର ଲିଗ୍‌ର କେତୋଟି ମ୍ୟାଚ୍‌କୁ ଫିକ୍ସି କରିବା ପାଇଁ ମୋତ ପ୍ରବର୍ତ୍ତାଇ ଥିଲେ ବୋଲି ଉମର କହିଛନ୍ତି। ୬୧ ବର୍ଷୀୟ ମନସୁର ୧୯୮୦ରୁ ୧୯୯୦ ମଧ୍ୟରେ ୧୯ଟି ଟେଷ୍ଟ ଓ ୪୧ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ଏହି ଅଭିଯୋଗ ଆସିବା ପରେ ତାଙ୍କର ଉପସ୍ଥିତି ସମ୍ପର୍କରେ କୌଣସି ତଥ୍ୟ ମିଳିନାହିଁ। ବିଶ୍ୱକପ୍‌ ପାଇଁ ଦଳ ଚୟନରେ ଉମରଙ୍କୁ ଚୟନକର୍ତ୍ତାମାନେ ଅଣଦେଖା କରିଥିଲେ। ତେବେ ମାର୍ଚ୍ଚ- ଏପ୍ରିଲରେ ୟୁଏଇରେ ଅନୁଷ୍ଠିତ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ତାଙ୍କୁ ସାମିଲ କରାଯାଇଥିଲା। ବିବାଦରେ ଛନ୍ଦି ହେବା ଉମରଙ୍କୁ ଅଭ୍ୟାସ ରହିଆସିଛି। ୨୦୧୫ ବିଶ୍ୱକପ୍‌ ଓ ହଂକଂ ସୁପର ସିକ୍ସେସ୍‌ ଅବସରରେ କେତେକ ବୁକ ମେକର ତାଙ୍କୁ ମ୍ୟାଚ୍‌ ଫିକ୍ସ କରିବାକୁ ପ୍ରସ୍ତାବ ଦେଇଥିଲେ ବୋଲି ସେ ଗତ ବର୍ଷ ଏକ ଟେଲିଭିଜନ ସାକ୍ଷାତକାରରେ କହି ବେଶ୍‌ ଚର୍ଚ୍ଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri