Posted inଖେଳ

ମନୋଜଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରୋତ୍ତୋଳକ ମନୋଜ କୁମାର ସାହୁ। ସେ ପୁରୁଷ ୭୩ କେଜି ଭାରୋତ୍ତୋଳନ ବିଭାଗରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଅର୍ଜନ କରିଛନ୍ତି। ଏଥିସହ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପଦକ ସଂଖ୍ୟା ୨(୧ ସ୍ବର୍ଣ୍ଣ, ୧ ରୌପ୍ୟ)ରେ ପହଞ୍ଚତ୍ଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ପ୍ରମିଳା କିର୍ସାନୀ ପୂର୍ବରୁ ମହିଳା ୫୫ କେଜି ବିଭାଗରେ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଗୁରୁବାର ଅନୁଷ୍ଠିତ ପୁରୁଷ ୭୩ କେଜି ଇଭେଣ୍ଟରେ ମନୋଜ ମୋଟ ୨୬୭ କେଜି ଭାରୋତ୍ତୋଳନ କରି ପ୍ରଥମସ୍ଥାନ ଅଧିକାର କରିଥିଲେ। ସେ ସ୍ନାଚ୍‌ରେ ୧୧୫ ଓ କ୍ଲିନ ଆଣ୍ଡ ଜର୍କରେ ୧୫୨ କେଜି ଭାର ଉଠାଇଥିଲେ। ପଞ୍ଜାବ ବିଶ୍ୱବିଦ୍ୟାଳୟର ମନୀଷ କୁମାର ୨୫୩(୧୧୪+୧୩୯) ଏବଂ ପଟିଆଲା ପଞ୍ଜାବୀ ବିଶ୍ୱବିଦ୍ୟାଳୟର ଲଭପ୍ରୀତ ସିଂ ୨୫୩(୧୧୩+୧୪୦) କେଜି ଭାରୋତ୍ତୋଳନ କରି ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଛନ୍ତି। ମନୋଜଙ୍କ ସଫଳତା ସହିତ ପ୍ରତିଯୋଗିତାରେ ଓଡ଼ିଶା ପ୍ରତିଯୋଗୀଙ୍କ ପଦକ ସଂଖ୍ୟା ୫ରେ ପହଞ୍ଚତ୍ଛି। ପୂର୍ବଦିନ କିଟ୍‌ ବିଶ୍ୱବିଦ୍ୟାଳୟକୁ ଗୋଟିଏ ଲେଖାଏ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ସହ ୩ ପଦକ ମିଳିଥିଲା।
ମାମୁଁ , ଅଜାଙ୍କଦ୍ୱାରା ଅନୁପ୍ରାଣିତ
”ମଁୁ ସ୍ବର୍ଣ୍ଣ ପଦକ ଜିତିଥିବାରୁ ଅତ୍ୟନ୍ତ ଆନନ୍ଦିତ। ଆଗକୁ ଏହିପରି ପଦକ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ଅଲମ୍ପିକ୍ସ ଏବଂ ଏସିଆଡ୍‌ରେ ପାଇବାକୁ ଆଶା ରଖିଛି ା ପିଲାଦିନେ ମଁୁ ମୋ ଅଜା ଏବଂ ମୋ ମାମଁୁଙ୍କଠାରୁ ବହୁତ ଅନୁପ୍ରାଣିତ ହୋଇଥିଲି ା ଛୁଆଦିନେ ମାମଁୁ ଭାରୋତ୍ତୋଳନ କରୁଥିବା ଦେଖି ମଁୁ ଏହି ଗେମ୍‌ ପ୍ରତି ଆକର୍ଷିତ ହୋଇଥିଲି ା ୧୦ମ ଶ୍ରେଣୀ ପାସ୍‌ ହେବା ପରେ ମୋର


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri