Posted inଜାତୀୟ

ମନୋଜ ମୁକୁନ୍ଦ ହେବେ ସେନାମୁଖ୍ୟ

ନୂଆଦିଲ୍ଲୀ,୧୭ା୧୨-ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନରଭନେ ଭାରତୀୟ ସେନାର ପରବର୍ତ୍ତୀ ମୁଖ୍ୟ ହେବାକୁ ଯାଉଛନ୍ତି। ସେ ଏବେ ସୈନ୍ୟବାହିନୀରେ ଉପମୁଖ୍ୟ ଅଛନ୍ତି। ବର୍ତ୍ତମାନର ସେନାଧ୍ୟକ୍ଷ ବିପିନ ରାଓ୍ବତ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ। ସେନା ଉପମୁଖ୍ୟ ଭାବେ ଗତ ସେପ୍ଟେମ୍ବରରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ମନୋଜ ମୁକୁନ୍ଦ ଇଷ୍ଟର୍ନ କମାଣ୍ଡ ମୁଖ୍ୟ ଥିଲେ। ଉକ୍ତ ବାହିନୀ ଚାଇନା ସହ ଥିବା ଭାରତର ପାଖାପାଖି ୪୦୦୦ କିଲୋମିଟର ସୀମାକୁ ଜଗିଥାଏ। ଜେନେରାଲ ମନୋଜ ମୁକୁନ୍ଦ ତାଙ୍କର ୩୭ ବର୍ଷର କାର୍ଯ୍ୟକାଳ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେ ଜମ୍ମୁ-କଶ୍ମୀରରେ ରାଷ୍ଟ୍ରୀୟ ରାଇଫଲ୍ସ ବାଟାଲିୟନର ନେତୃତ୍ୱ ମଧ୍ୟ ନେଇଥିଲେ। ଏଥିସହିତ ଇଷ୍ଟର୍ନ ଫ୍ରଣ୍ଟର ଇନଫାଣ୍ଟ୍ରି ବ୍ରିଗେଡ ମଧ୍ୟ ଥିଲେ। ଶ୍ରୀଲଙ୍କାରେ ଭାରତୀୟ ଶାନ୍ତି ବାହିନୀରେ ସେ ସାମିଲ ହୋଇଥିଲେ। ସେ ଜାତୀୟ ପ୍ରତିରକ୍ଷା ଏକାଡେମୀ ଓ ଭାରତୀୟ ମିଲିଟାରୀ ଏକାଡେମୀରେ ପ୍ରଶିକ୍ଷଣ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri