ମନୋଜ ହତ୍ୟା ମାମଲା ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ

ବ୍ରହ୍ମପୁର ଅଫିସ,୨୮ା୫-ଆସିକା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାକୁ ଇତି ମଧ୍ୟରେ ୫ ଦିନ ବିତିଛି । ପୋଲିସ ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ ଜାରି ରଖିଛି। ଏପରିକି ଘଟଣା ପରେ ତିନୋଟି ସ୍ବତନ୍ତ୍ର ଟିମ ମିଳିଥିବା ସୂଚନାକୁ ଆଧାର କରି ବିଭିନ୍ନ ସ୍ଥାନରେ ଅନୁସନ୍ଧାନ ଚଳାଇଛନ୍ତି। ହେଲେ ଏବେସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇ ନାହିଁ।
ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ କହିଛନ୍ତି, ମନୋଜ ହତ୍ୟା ଘଟଣା ଏତଲାରେ ଦର୍ଶାଯାଇଥିବା ୭ ଅଭିଯୁକ୍ତଙ୍କ ନାମରେ ପୋଲିସ ଏବେ ଲୁକ୍‌ ଆଉଟ୍‌ ସର୍କୁଲାର ଜାରି କରିଛି। ଏରୋଡ୍ରମ ଓ ବିଭିନ୍ନ ରେଳଷ୍ଟେଶନ, ବସ୍‌ଷ୍ଟାଣ୍ଡରେ ଏହି ସର୍କୁଲାର ଲଗାଇଛି। ଯେପରିକି ଅଭିଯୁକ୍ତମାନେ ବାହାର ରାଜ୍ୟକୁ ଯାଇ ନ ପାରନ୍ତି ସେ ଦିଗରେ ପୋଲିସ ସତର୍କ ଦୃଷ୍ଟି ଦେଇଛି। ସେହିପରି ଅଭିଯୁକ୍ତମାନେ ଆସିକା ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କ ନଁାରେ ଥିବା ଆସିକା ଓ ବ୍ରହ୍ମପୁରର ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟ ଅଚଳ ପାଇଁ ପୋଲିସ ସୁପାରିସ କରିଛି। ଘଟଣା ବେଳେ ମନୋଜଙ୍କ କାରରେ ବସିଥିବା ଅନିଲ ସ୍ବାଇଁ ଘର କାମ କରୁଥିବା ବଳରାମ ମହାନ୍ତି ଓ ଡ୍ରାଇଭର ସୁଶାନ୍ତ କୁମାର ସ୍ବାଇଁଙ୍କୁ ପୃଥକ ପୃଥକ୍‌ ଭାବେ ଥାନାରେ ରଖି ଜେରା କରୁଛି। ସେହିପରି ଘଟଣା ପରେ ଦୁର୍ବୃତ୍ତମାନେ ଇଚ୍ଛାପୁର ଅଭିମୁଖେ ଚମ୍ପଟ ମାରିବା ବେଳେ ତାଙ୍କ ବାଇକ୍‌ (ନଂ ଓଡି୩୨ଏ୨୮୭୪) ଗୋଳନ୍ଥରାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବାଇକ୍‌ ଛାଡ଼ି ସେମାନେ ଚମ୍ପଟ ମାରିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଆହତ ହୋଇଥିଲେ। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇଥିବା ଖବର ପାଇ ଏକ ଟିମ୍‌ ଗତ ଦୁଇଦିନ ଧରି ଭୁବନେଶ୍ୱରରେ ଡ଼େରା ପକାଇଥିଲା। ହେଲେ ଦୁର୍ବୃତ୍ତଙ୍କ କୌଣସି ଖୋଜ୍‌ ଖବର ନ ପାଇ ଶେଷରେ ବ୍ରହ୍ମପୁର ଫେରିଥିବା ଜଣାପଡ଼ିଛି। ପୋଲିସ ଏବେ ମନୋଜ ଚଳାଇଥିବା ମଦ କାରବାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି ନା ରାଜନୈତିକ ଶତ୍ରୁତାକୁ ନେଇ ହୋଇଛି ସେ ଦିଗରେ ଖୋଳତାଡ଼ ଆରମ୍ଭ କରିଛି ।
ଏନେଇ ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତିଙ୍କୁ ପଚାରିବାରୁ ପୋଲିସ ଏହି ସ୍ପର୍ଶକାତର ହତ୍ୟାକାଣ୍ଡର ରହସ୍ୟ ଖୋଲିବାକୁ ଜୋରଦାର ଉଦ୍ୟମ ଜାରି ରଖିଛି । ଗଠିତ ହୋଇଥିବା ତିନୋଟି ଟିମ୍‌ ଅଭିଯୁକ୍ତଙ୍କୁ ଧରିବା ପାଇଁ ସେମାନଙ୍କ ଗତିବିଧି ଉପରେ କଡ଼ା ନଜର ରଖିଥିବା ସେ କହିଛନ୍ତି। ଅନ୍ୟପଟେ ଗତ ୨୨ ତାରିଖ ସନ୍ଧ୍ୟାରେ ମନୋଜଙ୍କ ସହିତ କାରରେ ଫେରୁଥିବା ତାଙ୍କ ଡ୍ରାଇଭର ସମେତ ଆହତ ଅନିଲ ଓ ବଳରାମଙ୍କ ମୋବାଇଲ ଫୋନଗୁଡ଼ିକ ଜବତ କରି ଟ୍ରାକିଂ କରୁଥିବା ମଧ୍ୟ ଜଣାପଡ଼ିଛି। ମିଳିଥିବା ସୂଚନାନୁସାରେ, ମନୋଜଙ୍କୁ ହତ୍ୟା କରିବା ପାଇଁ ଜେଲରୁ ଏକ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଥିଲା। ଏପରିକି ଘଟଣାଦିନ ଅପରାଧୀମାନେ ମନୋଜଙ୍କୁ ହତ୍ୟା କରିବା ପାଇଁ ଭୁବନେଶ୍ୱର, ଖୋର୍ଦ୍ଧା, ଖଲ୍ଲିକୋଟ ଓ ଛତ୍ରପୁର ଏପରି ୪ଟି ସ୍ଥାନରେ ଟାର୍ଗେଟ କରିଥିଲେ ।
ହେଲେ ମନୋଜ ଉପରୋକ୍ତ ସ୍ଥାନଗୁଡିକରେ ଦୁର୍ବୃତ୍ତଙ୍କ ଟାର୍ଗେଟର ଶିକାର ହୋଇ ନ ଥିବା ବେଳେ ଶେଷରେ ୧୬ନଂ. ଜାତୀୟ ରାଜପଥ ଲାଞ୍ଜିପଲ୍ଲୀ ବାଇପାସ ନିକଟ ଇସ୍କନ ମନ୍ଦିର ସମ୍ମୁଖରେ ଦୁର୍ବୃତ୍ତଙ୍କ ଗୁଳିର ଶିକାର ହୋଇଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୨୪ ତାରିଖ ବିଳମ୍ବିତ ରାତିରେ ମନୋଜଙ୍କ ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?