ମନୋଜ ହତ୍ୟା ମାମଲା: କାର ଡ୍ରାଇଭର, କାମବାଲା ସହ ୩ ଜଣଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୭ା୬- ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାରେ ଗୁରୁବାର ୩ଜଣଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ସେମାନେ ହେଲେ କାର ଡ୍ରାଇଭର ସୁଶାନ୍ତ ସ୍ବାଇଁ, ଘରକାମ କରୁଥିବା ବଳରାମ ମହାନ୍ତି ଓ ଭୁବନେଶ୍ୱର ପଟିଆ ଅଞ୍ଚଳରେ ଅଭିଯୁକ୍ତମାନଙ୍କୁ ଘରଭଡ଼ା ଦେଇଥିବା କ୍ଷୀରୋଦ ପାତ୍ର ା
ପୋଲିସ ବ୍ରହ୍ମପୁର କୋର୍ଟରେ ହାଜର କରିବା ପରେ ଏସଡିଜେଏମ୍‌ ଦାୟିତ୍ୱରେ ଥିବା ମାଜିଷ୍ଟ୍ରେଟ ଏସ୍‌କେ ଆଚାର୍ଯ୍ୟଙ୍କ କୋର୍ଟରେ ଉପରୋକ୍ତ ୩ ଜଣଙ୍କର ଧାରା ୧୬୪ ଅନୁସାରେ ବୟାନ ରେକର୍ଡ କରାଯାଇଥିଲା। ଘଟଣା ଦିନ ଅର୍ଥାତ ମେ ୨୨ ତାରିଖ ସନ୍ଧ୍ୟାରେ ମନୋଜଙ୍କ ସହ ଅନୀଲ ସ୍ବାଇଁ, ବଳରାମ ମହାନ୍ତି, ସୁଶାନ୍ତ ସ୍ବାଇଁ ଭୁବନେଶ୍ୱରରୁ କାର (ନଂ ଓଡି୩୨ଏ୨୮୭୪) ଯୋଗେ ବ୍ରହ୍ମପୁର ଫେରୁଥିଲେ। ରାତ୍ର ୯ଟା ବେଳେ ଲାଞ୍ଜିପଲ୍ଲୀ ବାଇପାସ୍‌ ଜାତୀୟ ରାଜପଥ ୧୬ ଅକ୍ସଫୋର୍ଡ ସ୍କୁଲ ନିକଟରେ ଡ୍ରାଇଭର ସୁଶାନ୍ତ କାରଟି ପାର୍କିଂ କରିଥିଲେ। ମନୋଜ ଓ ଅନ୍ୟମାନେ ପରିସ୍ରା ପାଇଁ ରାସ୍ତାକଡ଼କୁ ଯାଇଥିଲେ। ଦୁର୍ବୃତ୍ତମାନେ ସେଠାରେ ମନୋଜଙ୍କ ଗଳା କାଟିବା ସହ ଗୁଳି ଫୁଟାଇ ହତ୍ୟା କରିଥିଲେ। ସେହି ରାତିରେ ଯାହା ଘଟିଥିଲା ସେମାନେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ଦେଇଥିବା ଜଣାପଡ଼ିଛି। ସେହିପରି କ୍ଷୀରୋଦ ଅଭିଯୁକ୍ତମାନଙ୍କୁ ୨୦୧୮ ଡିସେମ୍ବର ୧୨ ତାରିଖରେ ତାଙ୍କ ଘର ଭଡ଼ାରେ ଦେଇଥିଲେ। ସେ ସମ୍ପର୍କରେ ସେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ଦେଇଥିବା ଜଣାପଡ଼ିଛି। ଉପରୋକ୍ତ ୩ ଜଣଙ୍କ ବୟାନ ରେକର୍ଡଭୁକ୍ତ ହୋଇଥିବା କୋର୍ଟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?