Posted inଖେଳ

ମନୋହରଙ୍କ ସ୍ଥାନରେ ଗାଙ୍ଗୁଲି ଉପଯୁକ୍ତ

ଜୋହାନ୍ସବର୍ଗ, ୨୨ା୫ (ପି.ଟି.)-ଆଇସିସି ଚେୟାରମ୍ୟାନ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେଉଥିବାବେଳେ ତାଙ୍କର ପରବର୍ତ୍ତୀ ଉତ୍ତରାଧିକାରୀ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ହିଁ ଯୋଗ୍ୟ ବ୍ୟକ୍ତି ବୋଲି କହିଛନ୍ତି କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ)ର କ୍ରିକେଟ ନିର୍ଦ୍ଦେଶକ ଗ୍ରେମ୍‌ ସ୍ମିଥ୍‌। ସିଇଓ ଜ୍ୟାକ୍ସ ଫାଉଲ ସ୍ମିଥ୍‌ଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି। ଜଣେ ଭାରତୀୟ ଯଦି ପରବର୍ତ୍ତୀ ଆଇସିସି ମୁଖ୍ୟ ହୁଅନ୍ତି ଆମର କୌଣସି ଆପତ୍ତି ନାହିଁ ବୋଲି ସେ କହିଛନ୍ତି। କରୋନାଭାଇରସ୍‌ ଯୋଗୁ ବର୍ତ୍ତମାନ ପରିସ୍ଥିତିରେ ହୁଏତ ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବୃଦ୍ଧି କରାଯାଇପାରେ। ଆଇସିସି ଚେୟାରମ୍ୟାନ ପଦବୀ ପାଇଁ ଏପର୍ଯ୍ୟନ୍ତ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ପୂର୍ବତନ ଚେୟାରମ୍ୟାନ କଲିନ୍‌ ଗ୍ରେଭ୍ସ ଫେଭରାଇଟ୍‌ ରହି ଆସିଥିବାବେଳେ ଗ୍ରେମ୍‌ ସ୍ମିଥ୍‌ଙ୍କ ମନ୍ତବ୍ୟ ଏହି ପ୍ରସଙ୍ଗରେ ନୂଆ ମୋଡ଼ ଆଣିଦେଇଛି। ସୌରଭ ଗାଙ୍ଗୁଲି ହେଉଛନ୍ତି ଜଣେ ମହାନ୍‌ କ୍ରିକେଟର ଓ ସମ୍ମାନସ୍ପଦ ବ୍ୟକ୍ତି। ଆଧୁନିକ କ୍ରିକେଟକୁ ସେ ଉଚିତ୍‌ ଦିଗ୍‌ଦର୍ଶନ ଦେଇ ପାରିବେ ବୋଲି ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ସ୍ମିଥ୍‌ କହିଛନ୍ତି। ଏହା ପୂର୍ବରୁ କିଛିଦିନ ତଳେ ଇଂଲଣ୍ଡର ପୂର୍ବତନ ଅଧିନାୟକ ଡେଭିଡ୍‌ ଗାଓ୍ବାର ଗାଙ୍ଗୁଲିଙ୍କ ସପକ୍ଷରେ ମତ ଦେଇଥିଲେ। ସ୍ମିଥ୍‌ କହିଛନ୍ତି, ଗାଙ୍ଗୁଲିଙ୍କର କ୍ରିକେଟ ଖେଳ ଉପରେ ପ୍ରଗାଡ଼ ଜ୍ଞାନ ରହିଛି। ବିଶ୍ୱ କ୍ରିକେଟକୁ ସେ ସଫଳ ନେତୃତ୍ୱ ଦେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri