Posted inଜାତୀୟ

ମନ୍ତ୍ରୀଗୋଷ୍ଠୀ ଗଠନକୁ ସରକାରଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୯ା୮(ପି.ଟି.): ଜମ୍ମୁ-କଶ୍ମୀର ଏବଂ ଲଦାଖ ଅକ୍ଟୋବର ୩୧ରୁ କେନ୍ଦ୍ରଶାସିତ ଅଞ୍ଚଳ ହେବାକୁ ଯାଉଥିଲାବେଳେ ସେଠାକାର ବିକାଶ, ଅର୍ଥନୀତି, ସାମାଜିକ ପ୍ରସଙ୍ଗଗୁଡିକୁ ଅନୁଧ୍ୟାନ କରିବା ଲାଗି ସରକାର ବୁଧବାର ଏକ ମନ୍ତ୍ରୀଗୋଷ୍ଠୀ ଗଠନ କରିଥିବା ଖବର ପ୍ରକାଶ ପାଇଥିଲା। ପରେ ଏହି ଖବରକୁ ସରକାରଙ୍କ ପକ୍ଷରୁ ଖଣ୍ଡନ କରାଯାଇଛି। ଏଭଳି କୌଣସି ନିଷ୍ପତ୍ତି ନିଆଯାଇ ନ ଥିବା ସରକାରୀ ମୁଖପାତ୍ର କହିଛନ୍ତି। ୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ନେଇ ମନ୍ତ୍ରୀଗୋଷ୍ଠୀ ଗଠନ କରାଯାଇଛି ବୋଲି ଦୁଇ ଜଣ ଅଧିକାରୀ ସେମାନଙ୍କ ନାଁ ପ୍ରକାଶ ନ କରିବା ସର୍ତ୍ତରେ ଲିଖିତ ବାର୍ତ୍ତା ପଠାଇବା ସହ ଫୋନ୍‌ କରି ଜଣାଇଥିଲେ। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିତ୍ବା ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ନିଷ୍ପତ୍ତି ପରେ ସେଠାର ବିକାଶ ଉପରେ କେନ୍ଦ୍ର ସରକାର ସର୍ବାଧିକ ପ୍ରାଧାନ୍ୟ ଦେଉଛନ୍ତି। ତେଣୁ ୫ ଜଣିଆ ମନ୍ତ୍ରୀଗୋଷ୍ଠୀ ଉକ୍ତ ରାଜ୍ୟ ଗସ୍ତ କରି ସେଠାରେ କ’ଣ ସବୁ ଆର୍ଥତ୍କ, ସାମାଜିକ ଓ ବିକାଶମୂଳକ ପଦକ୍ଷେପ ନିଆଯାଇପାରିବ ପ୍ରସ୍ତାବ ଦେବେ ବୋଲି ଖବର ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri