ମନ୍ତ୍ରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ: ଭାଜପା

ଭୁବନେଶ୍ବର,୨୭ା୯(ବ୍ୟୁରୋ):ପୁରୀ ଜିଲା ଗୋପ ବ୍ଲକ ୧୧ନମ୍ବର ଜିଲା ପରିଷଦ ଜୋନ୍‌ ସଭ୍ୟ ତଥା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ଏହି ଘଟଣାରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପ୍ରମୁଖ ଭୂମିକା ରହିଥିବା ଅଭିଯୋଗ ହେଉଥିବାରୁ ଘଟଣାର ଉପଯୁକ୍ତ ତଦନ୍ତ ଆବଶ୍ୟକ ବୋଲି ଭାଜପା ପ୍ରତିନିଧିମଣ୍ଡଳୀ ଦାବି କରିବା ସହ ସୋମବାର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। କ୍ଷମତାର ଅପବ୍ୟବହାର କରାଯାଇ ତଦନ୍ତକୁ ବିଭ୍ରାନ୍ତ କରାଯିବାର ଆଶଙ୍କା ଥିବା କାରଣରୁ ଘଟଣାର ନିରପେକ୍ଷ ତଦନ୍ତ କରାଗଲେ ଅନେକ ତଥ୍ୟ ସାମ୍ନାକୁ ଆସିବା ସହିତ ଜଣେ ନବନିର୍ବାଚତ ଜନପ୍ରତିନିଧିଙ୍କୁ ପ୍ରକୃତ ନ୍ୟାୟ ମିଳିପାରିବ ବୋଲି ଭାଜପା କହିଛି। ତେବେ ଭାଜପା ଅଭିଯୋଗ ଉପରେ ପ୍ରଥମ କରି ମନ୍ତ୍ରୀ ସମୀର ପ୍ରତିକ୍ରିୟା ରଖି କହିଛନ୍ତି, ଧର୍ମେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ଦୁଃଖିତ, ଖୁବ୍‌ ମର୍ମାହତ ଅଛି। ଏଥିରେ ବିବାଦ କ’ଣ ଜାଣିନାହିଁ। ତାଙ୍କ ପରିବାର ପକ୍ଷରୁ କୌଣସି ଅଭିଯୋଗ ଆସିନାହିଁ। ବିରୋଧୀ ଦଳଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଉଚିତ୍‌ ମନେ କରୁନାହିଁ ବୋଲି ସମୀର କହିଛନ୍ତି।
ଭାଜପା ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପୋଲିସ କମିଶନରଙ୍କୁ ଭେଟି ନିରପେକ୍ଷ ତଦନ୍ତ ପାଇଁ ଅନୁରୋଧ କରିଛନ୍ତି ା ଗତ ପଞ୍ଚାୟତ ନିର୍ବାଚନରେ ସାହୁଙ୍କୁ ଜିଲା ପରିଷଦ ପ୍ରାର୍ଥୀ ଭାବେ ବିଜେଡି ଟିକେଟ୍‌ ମନ୍ତ୍ରୀ ଦେଇଥିଲେ। ଏପରିକି ବିଜେଡିର ପର୍ଯ୍ୟବେକ୍ଷକ ଓ ପ୍ରଭାରୀ ପଦରେ ରଖିବା ସହ ଦଳର ବୈଠକ ଏବଂ ସାମାଜିକ କାର୍ଯ୍ୟକ୍ରମରେ ଦୁହେଁ ଯୋଗ ଦେଉଥିଲେ। ଜଣେ ରାଜନୈତିକ ବ୍ୟକ୍ତି ହୋଇ ନ ଥିବା ସତ୍ତ୍ୱେ ତାଙ୍କୁ କାହିଁକି ଏବଂ କାହା ସ୍ବାର୍ଥରେ ବିଜେଡି ଟିକେଟ ଦିଆଯାଇଥିଲା ବୋଲି ଧର୍ମେନ୍ଦ୍ରଙ୍କ ଶ୍ୱଶୁର ପ୍ରଶ୍ନ କରିଥିବା ଭାଜପା କହିଛି ା ଫେସ୍‌ବୁକ ପୋଷ୍ଟକୁ ମୃତ୍ୟୁ ପରେ କିଏ ଏବଂ କେଉଁ ଉଦ୍ଦେଶ୍ୟରେ ହଟାଇଛି ବୋଲି ପ୍ରଶ୍ନ କରିବା ସହିତ ଏହି ଘଟଣାରେ ମନ୍ତ୍ରୀ ସମୀରଙ୍କ ସମ୍ପୃକ୍ତି ସ୍ପଷ୍ଟ ହୋଇଛି ବୋଲି ପ୍ରଭାତୀ ଅଭିଯୋଗ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri