ମନ୍ତ୍ରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ: ଭାଜପା

ଭୁବନେଶ୍ବର,୨୭ା୯(ବ୍ୟୁରୋ):ପୁରୀ ଜିଲା ଗୋପ ବ୍ଲକ ୧୧ନମ୍ବର ଜିଲା ପରିଷଦ ଜୋନ୍‌ ସଭ୍ୟ ତଥା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ଏହି ଘଟଣାରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପ୍ରମୁଖ ଭୂମିକା ରହିଥିବା ଅଭିଯୋଗ ହେଉଥିବାରୁ ଘଟଣାର ଉପଯୁକ୍ତ ତଦନ୍ତ ଆବଶ୍ୟକ ବୋଲି ଭାଜପା ପ୍ରତିନିଧିମଣ୍ଡଳୀ ଦାବି କରିବା ସହ ସୋମବାର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। କ୍ଷମତାର ଅପବ୍ୟବହାର କରାଯାଇ ତଦନ୍ତକୁ ବିଭ୍ରାନ୍ତ କରାଯିବାର ଆଶଙ୍କା ଥିବା କାରଣରୁ ଘଟଣାର ନିରପେକ୍ଷ ତଦନ୍ତ କରାଗଲେ ଅନେକ ତଥ୍ୟ ସାମ୍ନାକୁ ଆସିବା ସହିତ ଜଣେ ନବନିର୍ବାଚତ ଜନପ୍ରତିନିଧିଙ୍କୁ ପ୍ରକୃତ ନ୍ୟାୟ ମିଳିପାରିବ ବୋଲି ଭାଜପା କହିଛି। ତେବେ ଭାଜପା ଅଭିଯୋଗ ଉପରେ ପ୍ରଥମ କରି ମନ୍ତ୍ରୀ ସମୀର ପ୍ରତିକ୍ରିୟା ରଖି କହିଛନ୍ତି, ଧର୍ମେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ଦୁଃଖିତ, ଖୁବ୍‌ ମର୍ମାହତ ଅଛି। ଏଥିରେ ବିବାଦ କ’ଣ ଜାଣିନାହିଁ। ତାଙ୍କ ପରିବାର ପକ୍ଷରୁ କୌଣସି ଅଭିଯୋଗ ଆସିନାହିଁ। ବିରୋଧୀ ଦଳଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଉଚିତ୍‌ ମନେ କରୁନାହିଁ ବୋଲି ସମୀର କହିଛନ୍ତି।
ଭାଜପା ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପୋଲିସ କମିଶନରଙ୍କୁ ଭେଟି ନିରପେକ୍ଷ ତଦନ୍ତ ପାଇଁ ଅନୁରୋଧ କରିଛନ୍ତି ା ଗତ ପଞ୍ଚାୟତ ନିର୍ବାଚନରେ ସାହୁଙ୍କୁ ଜିଲା ପରିଷଦ ପ୍ରାର୍ଥୀ ଭାବେ ବିଜେଡି ଟିକେଟ୍‌ ମନ୍ତ୍ରୀ ଦେଇଥିଲେ। ଏପରିକି ବିଜେଡିର ପର୍ଯ୍ୟବେକ୍ଷକ ଓ ପ୍ରଭାରୀ ପଦରେ ରଖିବା ସହ ଦଳର ବୈଠକ ଏବଂ ସାମାଜିକ କାର୍ଯ୍ୟକ୍ରମରେ ଦୁହେଁ ଯୋଗ ଦେଉଥିଲେ। ଜଣେ ରାଜନୈତିକ ବ୍ୟକ୍ତି ହୋଇ ନ ଥିବା ସତ୍ତ୍ୱେ ତାଙ୍କୁ କାହିଁକି ଏବଂ କାହା ସ୍ବାର୍ଥରେ ବିଜେଡି ଟିକେଟ ଦିଆଯାଇଥିଲା ବୋଲି ଧର୍ମେନ୍ଦ୍ରଙ୍କ ଶ୍ୱଶୁର ପ୍ରଶ୍ନ କରିଥିବା ଭାଜପା କହିଛି ା ଫେସ୍‌ବୁକ ପୋଷ୍ଟକୁ ମୃତ୍ୟୁ ପରେ କିଏ ଏବଂ କେଉଁ ଉଦ୍ଦେଶ୍ୟରେ ହଟାଇଛି ବୋଲି ପ୍ରଶ୍ନ କରିବା ସହିତ ଏହି ଘଟଣାରେ ମନ୍ତ୍ରୀ ସମୀରଙ୍କ ସମ୍ପୃକ୍ତି ସ୍ପଷ୍ଟ ହୋଇଛି ବୋଲି ପ୍ରଭାତୀ ଅଭିଯୋଗ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ଆଉ ଏକ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି।  

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri