Posted inଜାତୀୟ

ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ସବ୍‌-ଇନସ୍ପେକ୍ଟରଙ୍କ ଚାକିରି ଗଲା: ଭିଡ଼ିଓ ଭାଇରାଲ

ପାଟନା,୧୫।୨: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସରକାରରେ ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ଜଣେ ସବ୍‌-ଇନସ୍ପେକ୍ଟରଙ୍କୁ ଚାକିିରିରୁ ନିଲମ୍ବିତ କରାଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେ ସ୍ଥାନୀୟ ସିଓ୍ବାନ ଅଞ୍ଚଳକୁ ଏକ ହସ୍ପିଟାଲର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। ରାଜ୍ୟ ସରକାରଙ୍କ କେତେକ ମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏଠାରେ ସଂସ୍କୃତିମନ୍ତ୍ରୀ ପ୍ରମୋଦ କୁମାର ଗୁପ୍ତାଙ୍କୁ ସୁରକ୍ଷା କାର୍ଯ୍ୟରେ ମୁତୟନ ଥିବା ସବ୍‌-ଇନସ୍ପେକ୍ଟର ଗଣେଶ ଚୌହ୍ବାନ ନ ଚିହ୍ନି ପାରି ଭିତରକୁ ଛାଡ଼ି ନ ଥିଲେ। ଏଥିରେ ଉତ୍‌କ୍ଷୀପ୍ତ ହୋଇ ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଳ ପାଣ୍ଡେ ସବ୍‌-ଇନସ୍ପେକ୍ଟରଙ୍କୁ ନିଲମ୍ବନ କରିବାକୁ ଏସ୍‌ଡିପିଓ ଜିତେନ୍ଦ୍ର ପାଣ୍ଡେଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାର ୨୮ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ମଙ୍ଗଳ ପାଣ୍ଡେ ମନ୍ତ୍ରୀଙ୍କୁ ଚିହ୍ନି ପାରୁ ନ ଥିବା ସବ୍‌-ଇନସ୍ପେକ୍ଟରଙ୍କୁ ନିଲମ୍ବିତ କରିବା ଲାଗି କହୁଥିବାର ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri