ମନ୍ତ୍ରୀଙ୍କ ସାମାଜିକ ଦୂରତା ପରାମର୍ଶ ମାନିଲେନି

ଖଇରା, ୧୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ବିଭିନ୍ନ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରରେ ଗୁରୁବାର ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଦ୍ୱାରା ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଥିଲା। ତେବେ ମନ୍ତ୍ରୀ ପାଣିଗ୍ରାହୀଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ମାସ୍କ ନେବାକୁ ଆସିଥିବା ରାଶନକାର୍ଡଧାରୀ ଓ ଉପସ୍ଥିତ ରୋଗୀ ଭିଡ ଲଗାଇଥିଲେ। କେହି ଏହାକୁ ଭିଡିଓ କରି ଭାଇରାଲ କରିବା ପରେ ମନ୍ତ୍ରୀ ଏନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ଖଇରା ଅଞ୍ଚଳର ସଞ୍ଚୟିକା ମହିଳା ମହାସଂଘ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ୪୦ହଜାର ମାସ୍କ ଖଇରା ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ବିଭିନ୍ନ ଡିଲର ପଏଣ୍ଟରେ ରାଶନକାର୍ଡଧାରୀମାନଙ୍କୁ ବାଣ୍ଟିବାକୁ ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମେ ବ୍ଲକରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ମହିଳା ଗୋଷ୍ଠୀର ସଭାପତି ରଶ୍ମିତା ମହାପାତ୍ର, ଏମବିକେ ନିରୂପମା ନାୟକ ପ୍ରମୁଖଙ୍କ ଉପସ୍ଥିତିରେ ସାମାଜିକ ଦୂରତା ରଖାଯାଇ ମାସ୍କ ବଣ୍ଟନ କରାଯାଇଥିଲା। ପରେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସାଧାରଣ ଲୋକ ଓ ରୋଗୀମାନଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା। ତେବେ ଗୁରୁବାର ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଭିଡ ଥିବାରୁ ମନ୍ତ୍ରୀ ସାମାଜିକ ଦୂରତା ରକ୍ଷା କରି ମାସ୍କ ନେବାକୁ ପରାମର୍ଶ ଦେଇଥିଲେ। ହେଲେ ୫ଭାଗ ଲୋକ ଦୂରତା ନ ମାନି ମାସ୍କ ଆଣିବାକୁ ପ୍ରତିଯୋଗିତା କରିଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ମନ୍ତ୍ରୀ କହିଛନ୍ତି ଯେ, ତାଙ୍କୁ ବଦନାମ କରିବା ସହ ତାଙ୍କ କାର୍ଯ୍ୟକ୍ରମକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri