ମନ୍ତ୍ରୀ ତାଲିକା ଚୂଡ଼ାନ୍ତ: ସମ୍ଭାବ୍ୟ ତାଲିକାରେ ଅଧାରୁ ଅଧିକ ନୂଆ ମୁହଁ, ଆଶାଆଶଙ୍କାରେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଦିନକ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରିବାକୁ ଯାଉଛି। ନୂତନ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ବିଧାୟକଙ୍କ ମଧ୍ୟରେ ଜୋର୍‌ଦାର ପ୍ରତିଯୋଗିତା ଆରମ୍ଭ ହୋଇଛି। ବିଜୟ ଲାଭ ପରେ ଏହି ନେତାମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାହାନାରେ ପରୋକ୍ଷରେ ମନ୍ତ୍ରୀପଦ ପାଇଁ ଦାବିଦାର ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଇଶାରା କରିଛନ୍ତି। ତେବେ ନୂଆ ମନ୍ତ୍ରିମଣ୍ଡଳରେ କେଉଁମାନଙ୍କୁ ସାମିଲ କରାଯିବ ତାହା ପ୍ରାୟତଃ ଚୂଡ଼ାନ୍ତ ହୋଇଛି। ଆଜି ମଧ୍ୟରାତ୍ର କିମ୍ବା ବୁଧବାର ବଡ଼ିଭୋରରୁ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ବିଧାୟକମାନଙ୍କୁ ଫୋନ ମାଧ୍ୟମରେ ଜଣାଇ ଦିଆଯିବ। ମନ୍ତ୍ରୀ ତାଲିକାକୁ ସମ୍ପୂର୍ଣ୍ଣ ଗୋପନ ରଖାଯାଇଛି। ଗତ ମନ୍ତ୍ରିମଣ୍ଡଳରେ ଯେଉଁମାନେ ମନ୍ତ୍ରୀ ଥିଲେ ସେମାନେ ମଧ୍ୟ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ସ୍ବପ୍ନ ଦେଖୁଛନ୍ତି। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ପାଇଁ ବିଧାୟକମାନଙ୍କର କାର୍ଯ୍ୟ ଦକ୍ଷତା, ଚରିତ୍ର ପଞ୍ଜିକା, ବିଜୟ ବ୍ୟବଧାନ ଇତ୍ୟାଦିକୁ ମାନଦଣ୍ଡ ଆକାରରେ ଧରାଯାଇଥିବା କୁହାଯାଉଛି। ତେବେ ନୂଆ ମନ୍ତ୍ରିମଣ୍ଡଳରେ ଅଧାରୁ ଅଧିକ ନୂଆ ମୁହଁକୁ ସାମିଲ କରିବା ପାଇଁ ନିଷ୍ପତ୍ତି ହୋଇଛି। ମହିିଳାମାନଙ୍କୁ ମଧ୍ୟ ଏ କ୍ଷେତ୍ରରେ ଅଗ୍ରାଧିକାର ମିଳିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri