ମନ୍ତ୍ରୀ ପଦ ପାଇଁ ପୂଜାପାଠ

ଭୋଗରାଇ, ୨୫।୫(ଡି.ଏନ.ଏ.)-ନିର୍ବାଚନ ଫଳାଫଳ ଘୋଷଣା ପରେ ଉଭୟ ଭାଜପା ଓ ବିଜେଡିର ବିଜେତା ପ୍ରାର୍ଥୀଙ୍କୁ ମନ୍ତ୍ରୀପଦ ମିଳିବା ନେଇ ଦଳୀୟ କର୍ମୀଙ୍କୁ ଚିନ୍ତା ଘାରିଛି। ଭାଜପା ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଲୋକସଭା ଆସନରୁ ନିର୍ବାଚିତ ହେବା ପରେ ଦଳୀୟ କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ସେମାନେ କମର୍ଦ୍ଦା ଓ ଅନ୍ୟ ସ୍ଥାନରେ ବିଜୟ ଦିବସ ପାଳନ କରିବା ସହ ପ୍ରତାପ କେନ୍ଦ୍ରରେ ମୋଦିଙ୍କ ନୂଆ ସରକାରରେ ଯେଭଳି ମନ୍ତ୍ରୀ ପଦ ପାଇବେ ସେଥିଲାଗି କର୍ମୀମାନେ ମନ୍ଦିରରେ ପୂଜା ପାଠ କରିଛନ୍ତି। ଅନୁରୂପ ଭାବେ ବାଲେଶ୍ୱର ଜିଲା ଭୋଗରାଇ ବିଧାନସଭା ଆସନ ବିଜୟୀ ବିଜେଡି ପ୍ରାର୍ଥୀ ଅନନ୍ତ ଦାସଙ୍କ ସମର୍ଥକମାନେ ବିଭିନ୍ନ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିବା ଜଣାପଡିଛି। ନିର୍ବାଚନ ଫଳାଫଳ ଘୋଷଣା ପରେ ରାଜ୍ୟରେ ନୂତନ ସରକାର ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତଫା ଦେଇଛନ୍ତି। ଏଥିଲାଗି ପୂର୍ବ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ମଧ୍ୟ ଇସ୍ତଫା ପ୍ରଦାନ କରିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ବିଜେଡିର ବରିଷ୍ଠ ନେତା ଅନନ୍ତ ମନ୍ତ୍ରୀପଦ ପାଇଥିଲେ। ଏଥର ସେ ଭୋଗରାଇ ଆସନରୁ ୪ର୍ଥ ଥର ନିର୍ବାଚିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ତାଙ୍କ ସମର୍ଥକମାନେ ଉତ୍ସାହିତ ହୋଇ ଶନିବାର ଭୋଗରାଇର ବିଭିନ୍ନ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ସ୍ଥାନୀୟ ସୋହରିଆ ପଞ୍ଚାୟତର ବହୁ ନେତା ଓ କର୍ମୀ ଦେହୁର୍ଦ୍ଦାସ୍ଥିତ ହନୁମାନ ମନ୍ଦିରରେ ଏକାଠି ହୋଇ ପୂଜାପାଠ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri