ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ : କାଳିଆ, ଜଳସେଚନ, ଏସ୍‌ଏଚ୍‌ଜିକୁ ଗୁରୁତ୍ୱ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଆସନ୍ତା ୨୮ ତାରିଖରେ ବିଧାନସଭାରେ ୨୦୧୯-୨୦ ଆର୍ଥିକବର୍ଷ ଲାଗି ୧ ଲକ୍ଷ ୩୯ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯିବ। ଏ ନେଇ ଚିଠା ବଜେଟ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଗୁରୁବାର ଅପରାହ୍ନରେ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ବଜେଟକୁ ଅନୁମୋଦନ କରାଯାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚିଠା ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ଉପସ୍ଥାପନ କରିଥିଲେ। ବଜେଟରେ ଜଳସେଚନ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଗ୍ରାମାଞ୍ଚଳ ଭିତ୍ତିଭୂମି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, କାଳିଆ ଆଦି ଯୋଜନା ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ବିଦ୍ୟୁତ୍‌ ଭିତ୍ତିଭୂମି ପାଇଁ ବଜେଟରେ ସ୍ବତନ୍ତ୍ର ବ୍ୟୟବରାଦ ବ୍ୟବସ୍ଥା କରାଯାଇଛି। ଗତ ନିର୍ବାଚନରେ ମହିଳାମାନେ ଅଧିକ ସଂଖ୍ୟାରେ ମତଦାନ କରିଥିବାରୁ ରାଜ୍ୟ ସରକାର ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଧାନକିଣା କାର୍ଯ୍ୟରେ ନିୟୋଜିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେହି ଗୋଷ୍ଠୀଗୁଡିକ ସକାଶେ ଧାନ କ୍ରୟ ପାଇଁ ୧ ହଜାର କୋଟି ଟଙ୍କାର ଏକ କର୍ପସ ପାଣ୍ଠି ଗଠନ କରାଯିବ। ସେହି ଅର୍ଥରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଧାନ କ୍ରୟ କରିବେ। ଏଥିସହିତ ସେମାନଙ୍କୁ ବିନା ସୁଧରେ ଋଣ ଦେବାକୁ ମଧ୍ୟ ବଜେଟରେ ବ୍ୟୟବରାଦ କରାଯାଇଛି।
କୃଷକ, ଯୁବଗୋଷ୍ଠୀ, ମହିଳାମାନଙ୍କୁ ଖୁସି କରିବାକୁ ବଜେଟରେ ଉଦ୍ୟମ କରାଯାଇଛି। ଏହାଛଡା ଖାଦ୍ୟ ନିରାପତ୍ତା, ସାମାଜିକ ନିରାପତ୍ତା, ସ୍ବାସ୍ଥ୍ୟ, ମହିଳା ସଶକ୍ତୀକରଣ, ଜନଜାତି ବିକାଶ, ଶିକ୍ଷା, କ୍ରୀଡ଼ା, ଜଳସେଚନ ଆଦି ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଆସନ୍ତା ଆର୍ଥିକ ବର୍ଷରେ ୧ ଲକ୍ଷ ୧୦ ହଜାର ୭୧୦ କୋଟି ଟଙ୍କା ରାଜସ୍ବ ପାଇବା ନେଇ ଆକଳନ କରାଯାଇଛି। ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ୧୬ ହଜାର ୧୯୩ କୋଟି ଅର୍ଥାତ ରାଜ୍ୟର ସାମଗ୍ରିକ ଘରୋଇ ଉତ୍ପାଦ(ଜିଏସଡିପି)ର ୩ ପ୍ରତିଶତ ହେବ ବୋଲି ଅନୁମାନ କରାଯାଇଛି। ବଜେଟରେ କାଳିଆ ଯୋଜନାରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୫ଟି କୃଷି ଋତୁ ପାଇଁ ପରିବାର ପିଛା ୨୫ ହଜାର ଟଙ୍କାର ଅନୁଦାନ ଦେବାକୁ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୧୦ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯିବ। ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ପାଇଁ ୨ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ରାଜ୍ୟ ସରକାର ନିଜସ୍ବ ଖାଦ୍ୟ ନିରାପତ୍ତା ଯୋଜନାରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଅତିରିକ୍ତ ହିତାଧିକାରୀଙ୍କୁ କିଲୋ ପିଛା ୧ ଟଙ୍କାରେ ଚାଉଳ ଯୋଗାଇବା ପାଇଁ ବଜେଟରେ ବ୍ୟୟ ବରାଦ କରିଛନ୍ତି। ବିତ୍ତୀୟ ନିଅଣ୍ଟ ୧୩ ହଜାର ୯୩୫ କୋଟି ଟଙ୍କା ମଧ୍ୟରେ ସୀମିତ ରହିବ ବୋଲି ଆକଳନ କରାଯାଇଛି। ରାଜ୍ୟରେ ୨୦୧୮ ଡିସେମ୍ବର ସୁଦ୍ଧା ୭୯ ହଜାର ୭୮୯ କୋଟି ଟଙ୍କା ଋଣ ଭାର ରହିଛି। ୨୦୧୯-୨୦ ମାର୍ଚ୍ଚ ଶେଷ ସୁଦ୍ଧା ଋଣ ଭାର ୧ ଲକ୍ଷ ୩ ହଜାର ୮୪୩ କୋଟି ଅର୍ଥାତ ଜିଏସ୍‌ଡିପିର ୧୯.୨ ପ୍ରତିଶତ ହେବ ବୋଲି ଅନୁମାନ କରାଯାଇଛି। ବିଭିନ୍ନ ଖର୍ଚ୍ଚ ତୁଲାଇବା ପାଇଁ ରାଜ୍ୟ ସରକାର ଖୋଲା ବଜାରରୁ ୪ ହଜାର ୫୦୦ କୋଟି ଟଙ୍କାର ଋଣ ଉଠାଇଛନ୍ତି। ୨୦୧୯-୨୦ରେ ଖୋଲା ବଜାରରୁ ୧୪ ହଜାର ୬୭୫ କୋଟି ଟଙ୍କାର ଋଣ ଉଠାଇବାକୁ ସରକାର ଯୋଜନା କରିଛନ୍ତି। ୨୦୧୮-୧୯ ଆର୍ଥିକବର୍ଷରେ ୧ ଲକ୍ଷ ୨୦ ହଜାର ୧୨୫ କୋଟି ଟଙ୍କାର ବଜେଟ ଅଟକଳ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?