ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ କରି ହ୍ୟାଟ୍ରିକ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟଙ୍କୁ ୩୨ହଜାର ୩୩୦ଖଣ୍ଡ ଭୋଟରେ ପରାସ୍ତ କରି ବିଜୟ ହାସଲ କରିଛନ୍ତି । ଗୁରୁବାର ଫଳାଫଳ ଜଣାପଡିବା ପରେ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗ୍ରାମରୁ ଶୁଭେଚ୍ଛୁମାନେ ଆସି ମନ୍ତ୍ରୀ ସିଂଙ୍କୁ ଫୁଲତୋଡା ଦେଇ ଶୁଭେଚ୍ଛା ଜଣାଇଥିଲେ । ସୋହେଲାରେ ବିଜେଡି କର୍ମୀ ଓ ଶୁଭେଚ୍ଛୁମାନେ ବାଣ ଫଟାଇ ଖୁସି ମନାଇ ମିଠା ବାଣ୍ଟିଥବବା ଦେଖିବାକୁ ମିଳିଥିଲା । ଭଟଲି ଓ ଅମ୍ବାଭୋନା ଅଞ୍ଚଳରେ ମଧ୍ୟ ବିଜେଡି କର୍ମୀମାନେ ମନ୍ତ୍ରୀ ସିଂହଙ୍କ ବିଜୟରେ ଉଲ୍ଲସିତ ହୋଇ ବାଣ ଫଟାଇ ଖୁସି ମନାଇଥିଲେ । ଭଟଲି ଓ ଅମ୍ବାଭୋନା ବ୍ଲକରେ ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର ହୋଇଥିଲା । ଭୋଟ ଗଣତିର ଶେଷ ପର୍ଯ୍ୟାୟରେ ଭଟଲି ବ୍ଲକରୁ ବିଜେଡି ୨ହଜାର ୫ଶହରୁ ଊର୍ଦ୍ଧ୍ୱ ଭୋଟ ପାଇ ଆଗୁଆ ହୋଇ ବିଜୟର ଧାରା ଜାରି ରଖିଥିଲା। ଶେଷରେ ସୋହେଲା ବ୍ଲକ ହିଁ ସୁଶାନ୍ତ ସିଂହଙ୍କୁ ବିଜୟୀ କରିବାରେ ସହାୟକ ହୋଇଥିଲା । ଉଲ୍ଲେଖଯୋଗ୍ୟ,ଏହି ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହୋଇଥିବା ନିର୍ବାଚନଗୁଡିକରେ ଅଦ୍ୟାବଧି କାୈଣସି ପ୍ରାର୍ଥୀ ଲଗାତର ତିନିଥର ବିଜୟୀ ହୋଇ ନ ଥିଲେ । ମନ୍ତ୍ରୀ ସୁଶାନ୍ତ ସିଂ ଏଠାରେ ହ୍ୟାଟ୍ରିକ ମାରିଛନ୍ତି। ଆଜିର ଫଳାଫଳରେ ବିଜେଡି ପ୍ରାର୍ଥୀ ସୁଶାନ୍ତ ସିଂ ୯୮ହଜାର ୩୮୫, ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ୭୫ହଜାର ୫୫, ବହୁଜନ ସମାଜ ପ୍ରାର୍ଥୀ ନାରାୟଣ ଭେସ୍ରା ୧ହଜାର ୧୫୯, କଂଗ୍ରେସ ପ୍ରାର୍ଥୀ ସରୋଜ କୁମାର ମହାପାତ୍ର ୮ହଜାର ୩୩୮, ସମତା କ୍ରାନ୍ତି ଦଳ ପ୍ରାର୍ଥୀ ଧନପତି ସାହୁ ୧ହଜାର ୭ ଏବଂ ନୋଟାରେ ୧ହଜାର ୩୬୪ଖଣ୍ଡ ଭୋଟ ପଡିଛି । ବିଜୟୀ ପ୍ରାର୍ଥୀ ସୁଶାନ୍ତ ସିଂ ୫୩.୦୯ ପ୍ରତିଶତ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ଇରାସିସ
ଆଚାର୍ଯ୍ୟ ୪୦.୫ପ୍ରତିଶତ ଭୋଟ ପାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri