ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ଜଳ ପ୍ରକଳ୍ପ: ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସଚିବଙ୍କ ନିର୍ଦ୍ଦେଶ

ଭଞ୍ଜନଗର,୧୦।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ପ୍ରକଳ୍ପ ବାବଦରେ ପ୍ରାୟ ୧୫୦୯ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଇତିମଧ୍ୟରେ କାମ ସାରିବା ପାଇଁ ହୋଇଥିବା ଚୁକ୍ତି ସମୟ ଗତ ଜୁନ ମାସ ୧୬ ତାରିଖରେ ପୂରିଯାଇଛି। ଗତ ମେ ମାସ ସୁଧା ମାତ୍ର ୩୪ ପ୍ରତିଶତ କାମ ହୋଇଥିବା ବିଭାଗ ପକ୍ଷରୁ ଦାବି କରାଯାଇଥିଲା । କିନ୍ତୁ ପ୍ରକଳ୍ପ କାର୍ଯ୍ୟ ବିଳମ୍ବରେ ଚାଲିଥିବା ଯୋଗୁଁ ବିଭିନ୍ନ ସମୟରେ ମନ୍ତ୍ରୀ, ବିଧାୟକ ସମେତ ବରିଷ୍ଠ ଅଧିକାରୀମାନେ ବାରମ୍ବାର ଭଞ୍ଜନଗର ଗସ୍ତ କରି ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରୁଛନ୍ତି। ଏଥିସହ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ପ୍ରକଳ୍ପ କାର୍ଯ୍ୟ ଯେତେ ବିଳମ୍ବ ହେଉଛି ସେହି ଅନୁସାରେ ସରକାରଙ୍କ ଲକ୍ଷ୍ୟ ଜନସାଧାରଣ ପାଖରେ ପହଞ୍ଚିବାପରେ ବିଳମ୍ବ ହେଉଛି। ଏହିଭଳି ଗତ ମେ’ରେ ବିଧାନସଭା ଷ୍ଟାଣ୍ଡିଂ କମିଟି ଉକ୍ତ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଥିଲେ । ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ନେଇ କମିଟି ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ। ଇତିମଧ୍ୟରେ କମିଟି ପରିଦର୍ଶନରେ କରି ଫେରିଯିବାର ୬ ମାସ ବିତିବାକୁ ବସିଛି କିନ୍ତୁ ପ୍ରକଳ୍ପ କାର୍ଯ୍ୟ ଆଖିଦୃଶିଆ ଅଗ୍ରଗତି ହୋଇନଥିବା ଅଭିଯୋଗ ହୋଇଛି। ପ୍ରକଳ୍ପ କାର୍ଯ୍ୟ ବହୁତ ମନ୍ଥର ଗତିରେ ଚାଲିବା ଯୋଗୁ ଏନେଇ ସାଧାରଣରେ ଦିନକୁ ଦିନ ଅସନ୍ତୋଷ ବଢୁଛି। ଏହିଭଳି ପରିସ୍ଥିତିରେ ଗଞ୍ଜାମ ଜିଲା ଦାୟିତ୍ୱରେ ଥିବା ରାଜ୍ୟ ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ସଚିବ ତଥା କମିଶନର ଗିରିଶ ଏସ ଏନ ରବିବାର ଗଞ୍ଜାମ ଜିଲାର ଭଞ୍ଜନଗର, ସୋରଡ଼ା ଓ ଜଗନ୍ନାଥପ୍ରସାଦ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତକାଲି ସନ୍ଧ୍ୟାରେ ସଚିବ ଜଗନ୍ନାଥପ୍ରସାଦ ବ୍ଲକ ଗାୟାଗଣ୍ଡା ନିକଟରେ ଚାଲିଥିବା ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ଉକ୍ତ ପ୍ରକଳ୍ପରୁ ଜିଲାର ୧୨ଟି ବ୍ଲକ୍‌ ଓ ୬ଟି ସହରକୁ ପାନୀୟ ଜଳ ଯୋଗାଣ ହେବ। ତେଣୁ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ସଚିବ ଭଞ୍ଜନଗର ବ୍ଲକର ଅନ୍ୟାନ୍ୟ ଅଞ୍ଚଳକୁ ଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ସଚିବଙ୍କ ଗସ୍ତ ସମୟରେ ଗଞ୍ଜାମ ଜିଲାପାଳ ଭି.କୀର୍ତି ଭାସନ, ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା, ବିଡ଼ିଓ ଭାରତୀ ଦେବୀ, ଏବିଡିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏନେଇ ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳଯୋଗାଣ ଓ ପରିମଳ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ ମୁନା କାଲୁଣ୍ଡିଆଙ୍କ ମତାମତ ନେବାପାଇଁ ଉଦ୍ୟମ କରାଯାଇଥିଲା କିନ୍ତୁ ସେ ଫୋନ ନଉଠାଇବାରୁ ତାଙ୍କର ମତାମତ ନିଆଯାଇ ପାରିନାହିଁ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକା ପାଇଁ ଭାରତ କଲା ଏମିତି କାମ, ‘ଧନ୍ୟବାଦ’ଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଟେକ୍ସାସର ବ୍ରାଉନ୍ସଭିଲରେ ଏକ ନୂତନ $୩୦୦ ବିଲିୟନ…

ଆଦିବାସୀ ନେତାଙ୍କ ପରଲୋକ: ଝୁରୁଛି ଗାଁ

କର୍ଲାମୁଣ୍ଡା,୧୧।୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଆଦିବାସୀ ସଂଘ କୋଷାଧ୍ୟକ୍ଷ ତଥା ହୋଟେଲ ମାଲିକ ନରେନ୍ଦ୍ର ଶବର (୫୩)ଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି।…

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ! ଆମେରିକାର ବଡ଼ ଆକ୍ସନ, ଧ୍ୱଂସ କଲା ଇରାନର…

ଓ୍ବାଶିଂଟନ୍‌,୧୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆମେରିକା ବୁଧବାର ଦାବି କରିଛି ଯେ ସେ ମଙ୍ଗଳବାର ଏକ…

ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…

ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ…

BCCIର ବଡ଼ ଘୋଷଣା: ଏହି ଦିନ ୫ଟି ବିଶ୍ୱ ଚାମ୍ପିଅନ ଭାରତୀୟ ଦଳକୁ କରାଯିବ ସମ୍ମାନିତ

ନୂଆଦିଲ୍ଲୀ,୧୧।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଜିତି ଇତିହାସ ରଚିଛି। ଏହି ଐତିହାସିକ ବିଜୟ ସାରା ଦେଶରେ ଉତ୍ସବର ଉଦବୋଧନ ଦେଇଛି।…

ନୂଆ ସ୍ବାଦରେ ରାଜ୍ୟ ସଭା: ଚାଲିଛି ମୂଲଚାଲ୍‌

ଭୁବନେଶ୍ୱର,୧୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ରାଜନୀତିରେ ରାଜ୍ୟ ସଭା ନିର୍ବାଚନ ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସବୁ ଦଳର ବିଧାୟକମାନେ ସେମାନଙ୍କ ପାର୍ଟିରୁ ରାଜ୍ୟ ସଭା ପାଇଁ ଯିଏ ପ୍ରାର୍ଥୀ…

ଯୁଦ୍ଧ ମଧ୍ୟରେ ବାଂଲାଦେଶ ପାଇଁ ସଙ୍କଟମୋଚକ ସାଜିଲା ଭାରତ, କଲା ଏମିତି କାମ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୩: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଧୀରେ ଧୀରେ ସୁଧୁରୁଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବାଂଲାଦେଶ ଗୁରୁତର ତେଲ ଏବଂ ଗ୍ୟାସ ଅଭାବର ସମ୍ମୁଖୀନ…

ଭତ୍ତା ଅପେକ୍ଷାରେ ମଞ୍ଜୁ: ଦୁର୍ଦ୍ଦିନରେ ବିତୁଛି ଜୀବନ

ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri