ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ

ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି ଚୋରି ସାମଗ୍ରୀର ଉଦ୍ଧାର ପାଇଁ ଦେବୋତ୍ତର ବିଭାଗଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ, ମନ୍ଦିର ପରିଚାଳନା କମିଟି କେହି ତପତ୍ରତା ପ୍ରକାଶ କରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ଭକ୍ତ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ସୂଚନା ମୁତାବକ ସିସିଟିଭିର ଫୁଟେଜ୍‌ ବାହାର କରିବା ପାଇଁ ଜନୈକ ବ୍ୟବସାୟୀଙ୍କୁ କହିଥିବାବେଳେ ବିଭିନ୍ନ ସମସ୍ୟା କହି ବ୍ୟବସାୟୀ ବିଳମ୍ବ କରୁଥିବା ଶୁଣିବାକୁ ମିଳୁଛି। ଅନ୍ୟପକ୍ଷରେ ଦେବୋତ୍ତର ବିଭାଗ ମୁଖ୍ୟ ତଥା ଉପଜିଲାପାଳ ରବୀନ୍ଦ୍ର ସାହୁ କହିଛନ୍ତି, ଉଦ୍ୟମ ଚାଲିଛି ଓ ଏ ସମ୍ପର୍କରେ ପୋଲିସକୁ ସୂଚନା ଦିଆଯାଇଛି। ମନ୍ଦିରର ଶହେ ମିଟର ଦୂରରେ ଥିବା ଆନନ୍ଦପୁର ପୋଲିସ ୮ ଦିନ ପରେ ମନ୍ଦିରରେ ଯାଇ ପଚରାଉଚରା କରିଥିଲେ ବି ତଦନ୍ତରେ କୌଣସି ଅଗ୍ରଗତି ହୋଇ ନ ଥିବା ଦେଖାଯାଇଛି। ମନ୍ଦିରର ସୁରକ୍ଷା ପାଇଁ ସିସିଟିଭି ଲଗାଯାଇଛି। ହେଲେ ଚୋରିର ୧୧ ଦିନ ପରେ ବି ସିସିଟିଭି ଫୁଟେଜ୍‌ ଲୋକଲୋଚନକୁ ଆସି ନ ପାରିବା ପରିତାପର ବିଷୟ ବୋଲି ସାଧାରଣରେ କୁହାଯାଉଛି। ବର୍ଷକ ପୂର୍ବରୁ ମନ୍ଦିରର ମୁଖ୍ୟ ଦେଉଳରୁ ୪ଟି ସୁନା ଚିତା ଚୋରି ଘଟଣାର ତଦନ୍ତରେ ଡୋରି ବନ୍ଧା ହୋଇଥିବା ବେଳେ ବର୍ତ୍ତମାନ ମୂର୍ତ୍ତି ଚୋରି ତଦନ୍ତରେ ବି ସମାନ ଅବସ୍ଥା ହେବ ବୋଲି ସ୍ଥାନୀୟ କେତେକ ବୁଦ୍ଧିଜୀବୀ ମତ ଦେଇଛନ୍ତି। ଅନେକ ଥର ମନ୍ଦିର ପରିସରରୁ ଚନ୍ଦନ ଗଛ ଚୋରି ହୋଇଛି। ହେଲେ ଆଜି ପର୍ଯ୍ୟନ୍ତ ମନ୍ଦିରରୁ ଚୋରି ସମ୍ପର୍କରେ କୌଣସି ତଥ୍ୟ ପଦାକୁ ଆସିପାରିନାହିଁ। ଏନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri