ମନ୍ଦିରରୁ ପୂଜକଙ୍କୁ ଉଠାଇନେଲା ପ୍ରଶାସନ

ଭଞ୍ଜନଗର,୨୧।୪(ଡି.ଏନ.ଏ.)-ଗଞ୍ଜାମରେ ଲକ୍‌ଡାଉନ ସାମାନ୍ୟ କୋହଳ ହୋଇଥିଲେ ମଧ୍ୟ ମନ୍ଦିରରେ ଲୋକଙ୍କ ଗହଳି ଉପରେ କଟକଣା ଜାରି ରହିଛି। ଏହା ସତ୍ତ୍ୱେ ଭଞ୍ଜନଗର-ବେଲଗୁଣ୍ଠା ରାସ୍ତାର ଜାମପଲ୍ଲୀ ଛକରେ ଥିବା ଏକ ମନ୍ଦିର ମଙ୍ଗଳବାର ସକାଳେ ଖୋଲାଥିବାରୁ କେତେଜଣ ଲୋକ ସେଠାକୁ ପୂଜା କରିବାକୁ ଯାଇଥିଲେ। ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ନିକଟରେ ଏହି ଖବର ପହଞ୍ଚିବା ପରେ ତାଙ୍କ ସମେତ ଉପଖଣ୍ଡ ପଞ୍ଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ ମନ୍ଦିରରେ ଚଢ଼ାଉ କରି ପୂଜକଙ୍କୁ ଉଠାଇ ନେଇ ପୋଲିସକୁ ହସ୍ତାନ୍ତର କରିଥିଲେ। ସେହିଭଳି ଉପଜିଲାପାଳ ବିଭିନ୍ନ ସ୍ଥାନରେ ହେଲମେଟ୍‌, ମାସ୍କ ବ୍ୟବହାର କରି ନ ଥିବା ଲୋକଙ୍କ ଠାରୁ ୧୬,୨୦୦ ଟଙ୍କା ଜରିମାନା ଆଦାୟ କରିଛନ୍ତି । ଅପରାହ୍ନରେ ଉପ ଜିଲାପାଳ ତାଙ୍କ କାର୍ଯ୍ୟାଳୟରେ ବିଭିନ୍ନ ଅଧିକାରୀଙ୍କୁ ନେଇ କରୋନା ମୁକାବିଲା ସମ୍ପର୍କିତ ସମୀକ୍ଷା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri