ମନ୍ଦିରରେ ଜଳାଭିଷେକକୁ ବିରୋଧ, ଉତ୍ତେଜନା

ଜଳେଶ୍ୱର, ୩୦ା୭ (ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ନାମ୍ପୋ ଗ୍ରାମସ୍ଥିତ ଶ୍ରୀ ତ୍ରିଲୋଚନେଶ୍ୱରଙ୍କ ଶିବ ମନ୍ଦିରରେ ଜଳାଭିଷେକ ଲାଗି ସୋମବାର ଭୋର ସମୟରେ କେତେକ କାଉଁଡ଼ିଆ ଆସି ପହଞ୍ଚିଥିଲେ। ସେଠାରେ ସେବାୟତ ଓ ଭକ୍ତଙ୍କ ମଧ୍ୟରେ ବାଦବିବାଦ ଲାଗି ଉତ୍ତେଜନା ପ୍ରକାଶ ପାଇଥିଲା। ବ୍ୟକ୍ତିଗତ ମାଲିକାନାରେ ଥିବା ମନ୍ଦିରରେ ଜଳାଭିଷେକ କରିବା ପ୍ରଥା ନାହିଁ ବୋଲି ସେବାୟତ ସୁଶୀଲ କୁମାର ପତି ଓ ରାମକୃଷ୍ଣ ପତି କାଉଁଡ଼ିଆଙ୍କୁ କହି ମନ୍ଦିରରେ ତାଲା ପକାଇ ଦେଇଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା ଖବର ପାଇ ଜଳେଶ୍ୱର ଥାନା ଆଇଆଇସି ପ୍ରଦୀପ କୁମାର ମାଝୀ, ଏଏସଆଇ ସତ୍ୟନାରାୟଣ ବଳ ସଦଳବଳେ ସେଠାରେ ପହଞ୍ଚିଥିଲେ। ଶତାଧିକ ଗ୍ରାମବାସୀଙ୍କ ଉପସ୍ଥିତିରେ ସେବାୟତଙ୍କ ସହିତ ଆଲୋଚନା ପରେ କାଉଁଡ଼ିଆଙ୍କୁ ଦିନକ ଲାଗି ଜଳାଭିଷେକ କରିବା ସକାଶେ ଅନୁମତି ଦିଆଯାଇଥିଲା। ଏହାର ସ୍ଥାୟୀ ସମାଧାନ ନିମନ୍ତେ ମଙ୍ଗଳବାର ଗ୍ରାମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ନିଷ୍ପତ୍ତି ନିଆଯାଇଥିବା ଆଇଆଇସି ପ୍ରକାଶ କରିଛନ୍ତି। ଉଲ୍ଲେଖନୀୟ ଯେ, ଆଜକୁ ବହୁ ବର୍ଷ ପୂର୍ବେ ଜଣେ ଜମିଦାର ଏହି ଶିବ ମନ୍ଦିର ପ୍ରତିଷ୍ଠା କରିଥିଲେ। ମନ୍ଦିରରେ ସେବାପୂଜା କରି ଏହାର ରକ୍ଷଣାବେକ୍ଷଣ କରିବା ସକାଶେ ମନ୍ଦିର ନାମରେ ଥିବା ଧନସମ୍ପତ୍ତିକୁ ସେବାୟତଙ୍କ ଜିମାରେ ଦିଆଯାଇଥିଲା। ଚଡ଼କ ପର୍ବଠାରୁ ଆରମ୍ଭକରି ବିଭିନ୍ନ ପର୍ବପର୍ବାଣି ସମୟରେ ମନ୍ଦିରରେ ଏଭଳି ବିବାଦୀୟ ସ୍ଥିତି ସୃଷ୍ଟି ହେଉଥିବାରୁ ଏହାର ସ୍ଥାୟୀ ପ୍ରତିକାର ଲାଗି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri