ମନ୍ଦିର ଜମି ବିକ୍ରି ବିରୋଧରେ ମେଳି ବାନ୍ଧିଲେ ଚାଷୀ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଦିଗପହଣ୍ଡି,୧୦ା୬(ଡି.ଏନ୍‌.ଏ.)- ଦିଗପହଣ୍ଡି ସ୍ଥିତ ରାଧାମୋହନ ଏବଂ ରାଧା ଦାମୋଦରଙ୍କ ମନ୍ଦିର ଜମିକୁ ବେଆଇନ ଭାବେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବହୁ ଭାଗଚାଷୀ ଆଇନଜୀବୀ କୁରେଶୁ ପଣ୍ଡାଙ୍କ ଉପସ୍ଥିତିରେ ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଦିଗପହଣ୍ଡି ମୌଜା ଖାତା ନଂ.୧୨୭ରେ ଥିବା ଦେବୋତ୍ତର ବିଭାଗ ଅଧୀନ ୫ ଏକର ୯୩୩ ଡିସିମିଲ ଚାଷ ଜମିକୁ ଗତ ମେ’ ୨୭ରେ ଦିଗପହଣ୍ଡି ସବ୍‌ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଦଲିଲ ନଂ.୧୩୭୬/୨୦ଅନୁଯାୟୀ ବିକ୍ରି କରାଯାଇଛି। ଯାହାକି ହିନ୍ଦୁ ଦେବୋତ୍ତର ଆଇନ ସମେତ ଓ ରାଜ୍ୟ ଭୂସଂସ୍କାର ଆଇନ ବିରୋଧ ବୋଲି ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ପୁରୁଷାନୁକ୍ରମେ ଉକ୍ତ ଜମିକୁ ଭାଗ ଚାଷ କରି ମହାସୁଲ ପୈଠ କରୁଥିବା ଭାଗଚାଷୀଙ୍କୁ ଜମିରୁ ବେଦଖଲ ନକରି କିମ୍ବା ବିକ୍ରି ବାବଦରେ ସୂଚନା ନ ଦେଇ ବିକ୍ରି କରାଯାଇଥିବା ଅଭିଯୋଗ କରିଛନ୍ତି। ବିକ୍ରି ଦଲିଲ ରଦ୍ଦ କରିବାକୁ ସ୍ମାରକପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri