ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ବିଶିଷ୍ଟ ଲୋକସଂସ୍କୃତି ଗବେଷକ ଡ. ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’ ପ୍ରଦାନ କରାଯାଇଛି। ଖ୍ୟାତନାମା ନାଟ୍ୟକାର, ଅନୁବାଦକ, ସଂସ୍କୃତିକର୍ମୀ ଓ ଲୋକସଂସ୍କୃତି ବିଶାରଦ ସ୍ବର୍ଗୀୟ ସୁରେଶ ବଳବନ୍ତରାୟଙ୍କ ୬୬ତମ ଜୟନ୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ. ଶତପଥୀଙ୍କୁ ଲୋକସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ସମ୍ମାନ ଦିଆଯାଇଛି। ସୁରେଶ ବଳବନ୍ତରାୟ ଫାଉଣ୍ଡେଶନ୍‌ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ଏମ୍‌ପି ତଥା ସାହିତି୍ୟକ ଡ. ପ୍ରସନ୍ନ ପାଟ୍ଟଶାଣୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଆ ଲୋକନାଟକ କ୍ଷେତ୍ରରେ ରହିଥିବା କୃତିତ୍ୱ ଓ ଆହ୍ବାନଗୁଡ଼ିକ ଉପରେ ଆଲୋକପାତ କରିଥିଲେ। ଫାଉଣ୍ଡେଶନ୍‌ର ସଭାପତି ଡ. ହରେକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭାଷାବିଜ୍ଞାନୀ ଡ. ଦେବାଶିଷ ମହାପାତ୍ର ସ୍ବାଗତ ଭାଷଣ ଓ ପରିଚୟ ପ୍ରଦାନ କରିଥିଲେ। ସୁଶ୍ରୀ ଶାଶ୍ୱତୀ ଜେନା ମାନପତ୍ର ପାଠ କରିଥିଲେ ଓ ଫାଉଣ୍ଡେଶନ୍‌ର ସମ୍ପାଦିକା ଅଧ୍ୟାପିକା ଅନ୍ୟା ଅନୁରୂପା ଧନ୍ୟବାଦ ଅର୍ପଣ କରିଥିଲେ। ଫାଉଣ୍ଡେଶନ୍‌ ପକ୍ଷରୁ ଏଣିକି ପ୍ରତି ତିନି ମାସରେ ଲୋକସଂସ୍କୃତି ଆଲୋଚନା ଓ ପ୍ରଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri