Posted inଜାତୀୟ

‘ମନ୍‌ କି ବାତ୍‌’ରୁ ମିଳିଲା ପ୍ରେରଣା: ଗାଁକୁ ସ୍ମାର୍ଟ ରୂପ ଦେଲେ ଗ୍ରାମବାସୀ

ଚଣ୍ଡିଗଡ଼,୨୨।୭: ସରକାର ଦେଶର ବିଭିନ୍ନ ସହରକୁ ସ୍ମାର୍ଟ ରୂପ ଦେବା ପାଇଁ ଯୋଜନା କରିଛନ୍ତି। ତେବେ ପଞ୍ଜାବର ମୋଗା ଜିଲାର ରଣସିଂ କଲା ଗାଁକୁ ଏଭଳି ରୂପ ଦେବାକୁ ଗ୍ରାମବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି। ଏହିକାର୍ଯ୍ୟକ୍ରମ ଯୋଗୁ ସେମାନଙ୍କୁ ପ୍ରେରଣା ମିଳିଛି। ଗ୍ରାମବାସୀ ୮୦ ପ୍ରତିଶତ ପାଣ୍ଠି ଯୋଗାଡ଼ କରି ଅବଶିଷ୍ଟ ୨୦ପ୍ରତିଶତ ସରକାରୀ ଅନୁଦାନ ଦ୍ୱାରା ଗାଁକୁ ସ୍ମାର୍ଟ କରିପାରିଛନ୍ତି। ଫଳରେ ଗାଁରେ ଏବେ ଆଉ ନାଳ ନର୍ଦ୍ଦମା ପାଣି ରାସ୍ତାରେ ଜମା ହୋଇ ରହୁନାହିଁ। ସେହିପରି ଗାଁର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୋକ ସୁବିଧା ରହିଛି। ଏହା ସହିତ ସମସ୍ତ ରାସ୍ତାଗୁଡ଼ିକ ପକ୍କା କରାଯାଇଛି। ଏଠାରେ ୫ କୋଟି ଟଙ୍କା ଖର୍ଚ୍ଚ କରି ଏକ ସ୍ବିରେଜ୍‌ ଟ୍ରିଟ୍‌ମେଣ୍ଟ୍‌ ପ୍ଲାଣ୍ଟ ସ୍ଥାପନ କରାଯାଇଛି। ଏଠାରେ ଦୈନିକ ୪ ଲକ୍ଷ ଲିଟର ଦୂଷିତ ଜଳକୁ ବ୍ୟବହାର ଉପଯୋଗୀ କରାଯାଇ ପାରୁଛି। ସେହିପରି ଗାଁରେ ୪ ଏକର ପରିମିତ ଅଞ୍ଚଳରେ ଥିବା ଏକ ପୋଖରୀକୁ ଗ୍ରାମବାସୀଙ୍କ ଉଦ୍ୟମରେ ସଫା କରାଯାଇଛି। ପରିବେଶ ସୁରକ୍ଷା ପାଇଁ ଇତିମଧ୍ୟରେ ଗାଁ ସାରା ୩ ହଜାରରୁ ଅଧିକ ବୃକ୍ଷଚାରା ମଧ୍ୟ ରୋପଣ କରାଯାଇଥିବା ସରପଞ୍ଚ ପ୍ରୀତ୍‌ ଇନ୍ଦର ପାଲ୍‌ ମିଣ୍ଟୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri