ମନ ଜିଣିଲା ସଖୀନାଚ, ମୋହିନୀୟତ୍ୟମ୍‌ ନୃତ୍ୟ

ବ୍ରହ୍ମପୁର ଅଫିସ,୧୭ା୬-ପ୍ରସନ୍ନାକ୍ଷୀ ନୃତ୍ୟ ଅନୁଷ୍ଠାନ ପକ୍ଷରୁ ‘ପଞ୍ଚମବେଦ’ ଜାତୀୟ ଓଡିଶୀ ନୃତ୍ୟ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ନିର୍ଦ୍ଦେଶକ ନୁର ରାଜାଙ୍କ ପୌରୋହିତ୍ୟରେ ହିଲ୍‌ପାଟଣାସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ କନିଷି ତହସିଲଦାର ଅନୀତା କୁମାରୀ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବିଡିଏ ଅଧ୍ୟକ୍ଷ ସୁବାସ ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗଞ୍ଜାମ କଳା ଓ ସଂସ୍କୃତିର ପରାକାଷ୍ଠା ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କର୍ପୋରେଟର ଆର. ମୁରଲୀ ମୋହନ, ସୁଦୀପ ସାହୁ ମଞ୍ଚାସୀନ ଥିଲେ। ସନ୍ଧ୍ୟାରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ କର୍ପୋରେଟର ସଙ୍ଘମିତ୍ରା ଦଳାଇ, ପୂର୍ବତନ ସଂସ୍କୃତି ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ, ଚକ୍ଷୁ ବିଶେଷଜ୍ଞ ରାଜେନ୍ଦ୍ର କୁମାର ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ା ଏଥିରେ ପାରଳାଖେମୁଣ୍ଡି, ଦିଗପହଣ୍ଡି, ରାଉରକେଲା, ବଲାଙ୍ଗୀର, ଭୁବନେଶ୍ୱର ସମେତ ପଶ୍ଚିମବଙ୍ଗ, ବିଶାଖାପାଟଣା, ଇନ୍ଦୋର, ଚେନ୍ନାଇ, ସୁରଟରୁ ବହୁ ସୁନାମଧନ୍ୟ ନୃତ୍ୟ ଶିଳ୍ପୀ ଭାଗ ନେଇଥିଲେ। କୋଲକାତାର ଶିଳ୍ପୀ ସୁପ୍ରିୟା ସର୍ଦାର ଚାଟାର୍ଜୀ, ବିଶ୍ୱଜିତ ଚକ୍ରବର୍ତ୍ତୀ, ସୁବାଶିଷ ଆଚାର୍ଯ୍ୟଙ୍କ ଓଡିଶୀ ନୃତ୍ୟ ଦର୍ଶକଙ୍କୁ ମୁଗ୍ଧ କରିଥିଲା।
କ୍ରିଷ୍ଣାନାରାୟଣ ଦାଶଙ୍କ ଗୋଟିପୁଅ, ସଞ୍ଚାରୀ ରଏ ଭାରତନାଟ୍ୟମ୍‌, ଆଶିଷ ପିଲାଇଙ୍କ କଥକ, ଦିଗପହଣ୍ଡି ଇମେଜିଂ ଆର୍ଟସ ଏକାଡେମୀର କୁନି ଶିଶୁଙ୍କ ଓଡିଶୀ ନୃତ୍ୟ ଓ ବିଚିତ୍ର ବଣ୍ଣାଳୀ ନାଟ୍ୟ ସଂସଦ କଳାକାରଙ୍କ ଦ୍ୱାରା ପରିବେଷିତ ସଖୀନାଚ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ସାଜିଥିଲା। ଏହାବ୍ୟତୀତ ଓଡିଶୀ ସଙ୍ଗୀତ ପରିଷଦ ପକ୍ଷରୁ ପରିବେଷିତ ଓଡିଶୀ ନୃତ୍ୟ ଓ ଓଡିଶୀ ସଙ୍ଗୀତ ଗୁରୁ ସନ୍ତୋଷ କୁମାର ବେହେରାଙ୍କ ଓଡିଶୀ ସଙ୍ଗୀତ ଦର୍ଶକଙ୍କୁ ବିଭୋର କରିଥିଲା। ପୂର୍ବରୁ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଆନ୍ତଃବିଦ୍ୟାଳୟ ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।
ଏହି ଅବସରରେ ଚେନ୍ନାଇର ମୋହିନୀୟତ୍ୟମ ନୃତ୍ୟ ଗୁରୁ ଡ. ସମ୍ପ୍ରିଥ କେଶବନ, କୋଲକାତା ଭାରତନାଟ୍ୟମ ଗୁରୁ ଦେବଯାନୀ ବସୁ, ଭୁବନେଶ୍ୱର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଓଡିଶୀ ନୃତ୍ୟ ପୂର୍ବତନ ବିଭାଗୀୟ ମୁଖ୍ୟ ଡ. ସ୍ନେହପ୍ରଭା ସାମନ୍ତରୟ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ସଙ୍ଗୀତ ଗୁରୁ ଉମେଶ ଚନ୍ଦ୍ର ଦାଶ, ବିଦ୍ୟାବାଣୀ ତଥା ମର୍ଦ୍ଦଳ ନିର୍ଦ୍ଦେଶକ ଗୁରୁ ଧନେଶ୍ୱର ସ୍ବାଇଁ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ସଙ୍ଗୀତ ଗୁରୁ ନିମାକାନ୍ତ ରାଉତରାୟଙ୍କୁ ଅନୁଷ୍ଠାନ ପକ୍ଷରୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଅଜିତ କୁମାର ରାଜୁ, ଆଭା ପାଣିଗ୍ରାହୀ, ରାଜେଶ୍ୱରୀ ବେହେରା, ମିଲନ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଗୀତାଞ୍ଜଳି ପଣ୍ଡା ଧନ୍ୟବାଦ ଦେଇଥିଲେ।
ଦିଲ୍ଲୀପ ରାଓ, ରାହୁଲ ପଣ୍ଡା ଓ ଅଞ୍ଜଳି ବେହେରାଙ୍କ ସମେତ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri