Posted inଖେଳ

ମନ ଜିଣିଲେ କୋହଲି

ଇନ୍ଦୋର,୧୫।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ନିଜ ବ୍ୟାଟିଂ ପାଇଁ ନୁହେଁ ବରଂ ଭିନ୍ନ କାରଣ ଲାଗି ପ୍ରଶଂସକଙ୍କ ମନ ଜିଣିଛନ୍ତି। ହୋଲ୍‌କାର ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ଉପସ୍ଥିତ ଦର୍ଶକଙ୍କୁ ସାଥୀ ଖେଳାଳି ମହମ୍ମଦ ସାମିଙ୍କୁ ଉତ୍ସାହିତ କରିବାକୁ ନିବେଦନ କରିଥିଲେ କୋହଲି। ଏହାର ପରବର୍ତ୍ତୀ ବଲରେ ସାମି ପ୍ରତିପକ୍ଷ ଦଳର ମେହିଦି ହାସନଙ୍କୁ ପ୍ରଥମ ବଲରେ ଆଉଟ୍‌ କରିଥିଲେ। ଏହି ଘଟଣା ବାଂଲାଦେଶ ଇନିଂସର ୫୪ତମ ଓଭରରେ ଘଟିଥିଲା। ୨୦୧୯ ବିଶ୍ୱକପ୍‌ରେ ହ୍ୟାଟ୍ରିକ ନେଇଥିବା ସାମି ପ୍ରଥମ ବଲରେ ମୁସଫିକର ରହିମ (୪୩)ଙ୍କୁ କ୍ଲିନ ବୋଲ୍ଡ କରିଥିଲେ। ଏହାସତ୍ତ୍ୱେ ସାମିଙ୍କୁ ଉତ୍ସାହିତ କରିବା ପରିବର୍ତ୍ତେ ଉପସ୍ଥିତ ଦର୍ଶକ ଡାକ ଛାଡ଼ୁଥିଲେ କୋହଲି …କୋହଲି। ଏଥିଯୋଗୁ କୋହଲି ବାଧ୍ୟ ହୋଇ ସାମିଙ୍କୁ ଉତ୍ସାହିତ କରିବା ପାଇଁ ଦର୍ଶକଙ୍କୁ ନିବେଦନ କରିଥିଲେ। ଏହାର ପରବର୍ତ୍ତୀ ବଲରେ ହସନ(୦)ଙ୍କୁ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ କରି ପ୍ୟାଭେଲିଅନ ରାସ୍ତା ଦେଖାଥିଲେ। ମାତ୍ର ହ୍ୟାଟ୍ରିକ ବଲରେ ସଫଳତା ପାଇ ନ ଥିଲେ ସାମି। ଉକ୍ତ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। କ୍ରିକେଟ ପ୍ରଶଂସକମାନେ କୋହଲିଙ୍କୁ ପ୍ରଶଂସା କରିଛନ୍ତି। ଉଲ୍ଲେଖଥାଉ କି, ବାଂଲାଦେଶ ମାତ୍ର ୧୫୦ ରନ୍‌ରେ ସୀମିତ ରହିଥିଲା। ସାମି ସର୍ବାଧିକ ୩ ଉଇକେଟ ନେଇଥିବାବେଳେ ଉମେଶ ଯାଦବ, ଈଶାନ୍ତ ଶର୍ମା ଓ ରବିଚନ୍ଦ୍ରନ ଅଶ୍ୱିନ ୨ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri