ମପାଯିବ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା

ଭୁବନେଶ୍ୱର, ୧୯ା୧୦ (ବ୍ୟୁରୋ): ମୋ ସରକାର ଏବଂ ୫-ଟି କାର୍ଯ୍ୟକାରୀ କ୍ଷେତ୍ରରେ ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ମପାଯିବ। ଏ ନେଇ କର୍ମଚାରୀମାନଙ୍କର ବାର୍ଷିକ କାର୍ଯ୍ୟଦକ୍ଷତା ରିପୋର୍ଟ ବା ଆନୁଆଲ ପରଫର୍ମାନ୍ସ ଆପ୍ରେଜାଲ ରିପୋର୍ଟ (ପିଏଆର) ପ୍ରସ୍ତୁତ କରାଯିବ। ଶୁକ୍ରବାର ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ, ସଚିବ, ବିଭାଗୀୟ ମୁଖ୍ୟ ଦପ୍ତର, ସମସ୍ତ ଆରଡିସି ଏବଂ ଜିଲାପାଳଙ୍କୁ ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି।
ଉକ୍ତ ଚିଠିରେ ଦର୍ଶାଯାଇଛି ଯେ ରାଜ୍ୟ ସରକାର ‘ମୋ ସରକାର’ କାର୍ଯ୍ୟକ୍ରମ ଜରିଆରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଯୋଜନା ବାବଦରେ ମତାମତ ଲୋଡୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ପୋଲିସ ସଂଗଠନକୁ ଏହି କାର୍ଯ୍ୟକ୍ରମ ପରିସରଭୁକ୍ତ କରାଯାଇଛି। ଏହା ଅନ୍ୟ ବିଭାଗକୁ ମଧ୍ୟ ସମ୍ପ୍ରସାରିତ କରାଯିବ। ସର୍ବଭାରତୀୟ ପ୍ରଶାସନିକ ସେବା(ଏଆଇଏସ୍‌)ଅଧିକାରୀଙ୍କୁ ନିଜର କାର୍ଯ୍ୟଦକ୍ଷତା ପାଇଁ ବାର୍ଷିକ ୧୦ ନମ୍ବର ଦିଆଯିବାକୁ ଥିବା ବେଳେ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୋ ସରକାର ଓ ୫-ଟି ପାଇଁ ୨୦ ପ୍ରତିଶତ ଅଗ୍ରାଧିକାର ଦେବାକୁ ନିଷ୍ପତ୍ତି ହୋଇଛି।
ଏଆଇଏସ୍‌ ଅଧିକାରୀଙ୍କୁ ୧୦ ମଧ୍ୟରୁ ୨ ନମ୍ବର ମୋ ସରକାର ଓ ୫-ଟି ପାଇଁ ପ୍ରଦାନ କରାଯିବ। ସେହିପରି ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ସେମାନଙ୍କ କାର୍ଯ୍ୟ ଦକ୍ଷତାର ୨୦ ପ୍ରତିଶତ ମଧ୍ୟରୁ ୫-ଟି ପାଇଁ ୧୫ ଓ ମୋ ସରକାର ପାଇଁ ୫ ପ୍ରତିଶତ ଅଗ୍ରାଧିକାର ମିଳିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri