Posted inଜାତୀୟ

ମମତାଙ୍କୁ ସାଥ୍‌ ଦେବନାହିଁ କଂଗ୍ରେସ-ସିପିଏମ୍‌

କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍‌ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍‌ ଏଥିରେ ମମତାଙ୍କୁ ସହଯୋଗ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟପାଳ କେଶରୀ ନାଥ ତ୍ରିପାଠୀଙ୍କ ଅଭିଭାଷଣ ଉପରେ ଚର୍ଚ୍ଚାବେଳେ ମମତା ଭାଜପାକୁ ରାଜ୍ୟରୁ ହଟାଇବା ପାଇଁ କଂଗ୍ରେସ, ସିପିଏମ୍‌ ଆଗେଇ ଆସିବା ଉଚିତ ବୋଲି କହିଥିଲେ। ପରେ କଂଗ୍ରେସ ନେତା ଅବଦୁଲ୍‌ ମନାନ ପ୍ରତିକ୍ରିୟା ଦେଇ କହିଥିଲେ, ଭାଜପାକୁ ରାଜ୍ୟରୁ କେମିତି ହଟାଯିବ ତାହା ମମତାଙ୍କଠାରୁ ଶିଖିବା କୌଣସି ଆବଶ୍ୟକତା ନାହିଁ। ତାଙ୍କ ନୀତି ଯୋଗୁ ଭାଜପା ପଶ୍ଚିମବଙ୍ଗରେ ମଜଭୁତ ହୋଇଛି ବୋଲି ସେ କହିଛନ୍ତି। ସେହିପରି ସିପିଏମ୍‌ ବିଧାୟକ ସୁଜନ ଚକ୍ରବର୍ତ୍ତୀ ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇ କହିଛନ୍ତି, ମମତାଙ୍କୁ ସିପିଏମ୍‌ କେବେ ସହଯୋଗ କରିବ ନାହିଁ। ସେପଟେ ମମତା ଏଭଳି ଅପିଲ୍‌ କରିବା ତାଙ୍କ ଭିତରେ ଥିବା ଭୟକୁ ଦର୍ଶାଉଛି ବୋଲି ରାଜ୍ୟ ଭାଜପା ଅଧ୍ୟକ୍ଷ ଦିଲ୍ଲୀପ ଘୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?