Posted inଜାତୀୟ

ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ

କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ ଦିନରେ ପହଞ୍ଚତ୍ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଡାକ୍ତରମାନେ ପ୍ରକାଶ କରିଛନ୍ତି। କିନ୍ତୁ ଏଥିପାଇଁ ସେମାନେ ଏକ ସର୍ତ୍ତ ରଖିଛନ୍ତି। ଆକ୍ରମଣସ୍ଥଳ ଏନଆର୍‌ଏସ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲଠାରେ ରବିବାର ଅନୁଷ୍ଠିତ ଏକ ବୈଠକ ପରେ ସେମାନେ କହିଛନ୍ତି, ଆମେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନାକୁ ଚାହୁଁଛୁ। କିନ୍ତୁ ଏହି ଆଲୋଚନା ୪ କାନ୍ଥ ଭିତରେ ନ ହୋଇ ଗଣମାଧ୍ୟମ ଏବଂ କ୍ୟାମେରା ସାମ୍ନାରେ ହେଉ। ସୂଚନାଯୋଗ୍ୟ, ଜଣେ ଡାକ୍ତରଙ୍କ ଉପରେ ହୋଇଥିବା ଆକ୍ରମଣ ପ୍ରତିବାଦରେ ଜୁନିୟର ଡାକ୍ତରମାନେ ଏହାର ପ୍ରତିବାଦ କରି ଆନ୍ଦୋଳନରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା ନିମନ୍ତେ ଡାକିଥିଲେ ହେଁ ଡାକ୍ତରମାନେ ତାହାକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ଡାକ୍ତରଙ୍କ ଆନ୍ଦୋଳନକୁ ସମର୍ଥନ କରି ବିଭିନ୍ନ ରାଜ୍ୟରେ ଡାକ୍ତରମାନେ ରାସ୍ତାକୁ ଓହ୍ଲାଇଛନ୍ତି। ଏମ୍ସ ଓ ସଫଦରଜଙ୍ଗ ହସ୍ପିଟାଲର ଆବାସିକ ଡାକ୍ତରମାନେ କାର୍ଯ୍ୟବନ୍ଦ କରିଛନ୍ତି। ଫଳରେ ସାରା ଦେଶର ବହୁ ସ୍ଥାନରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri