Posted inଜାତୀୟ

ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ

କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ ଦିନରେ ପହଞ୍ଚତ୍ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଡାକ୍ତରମାନେ ପ୍ରକାଶ କରିଛନ୍ତି। କିନ୍ତୁ ଏଥିପାଇଁ ସେମାନେ ଏକ ସର୍ତ୍ତ ରଖିଛନ୍ତି। ଆକ୍ରମଣସ୍ଥଳ ଏନଆର୍‌ଏସ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲଠାରେ ରବିବାର ଅନୁଷ୍ଠିତ ଏକ ବୈଠକ ପରେ ସେମାନେ କହିଛନ୍ତି, ଆମେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନାକୁ ଚାହୁଁଛୁ। କିନ୍ତୁ ଏହି ଆଲୋଚନା ୪ କାନ୍ଥ ଭିତରେ ନ ହୋଇ ଗଣମାଧ୍ୟମ ଏବଂ କ୍ୟାମେରା ସାମ୍ନାରେ ହେଉ। ସୂଚନାଯୋଗ୍ୟ, ଜଣେ ଡାକ୍ତରଙ୍କ ଉପରେ ହୋଇଥିବା ଆକ୍ରମଣ ପ୍ରତିବାଦରେ ଜୁନିୟର ଡାକ୍ତରମାନେ ଏହାର ପ୍ରତିବାଦ କରି ଆନ୍ଦୋଳନରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା ନିମନ୍ତେ ଡାକିଥିଲେ ହେଁ ଡାକ୍ତରମାନେ ତାହାକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ଡାକ୍ତରଙ୍କ ଆନ୍ଦୋଳନକୁ ସମର୍ଥନ କରି ବିଭିନ୍ନ ରାଜ୍ୟରେ ଡାକ୍ତରମାନେ ରାସ୍ତାକୁ ଓହ୍ଲାଇଛନ୍ତି। ଏମ୍ସ ଓ ସଫଦରଜଙ୍ଗ ହସ୍ପିଟାଲର ଆବାସିକ ଡାକ୍ତରମାନେ କାର୍ଯ୍ୟବନ୍ଦ କରିଛନ୍ତି। ଫଳରେ ସାରା ଦେଶର ବହୁ ସ୍ଥାନରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri