Posted inଜାତୀୟ

ସୁରକ୍ଷା ପ୍ରତିଶ୍ରୁତି ଦେଲେ ମମତା: ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଡାକ୍ତର ରାଜି

କୋଲକାତା,୧୭ା୬(ପି.ଟି.)
ପଶ୍ଚିମବଙ୍ଗରେ ୨ ଜଣ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ସପ୍ତାହେ ହେଲା ଆନ୍ଦୋଳନ ଜାରି ରହିଥିବାବେଳେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କ ପାଇଁ ନୂଆ ସୁରକ୍ଷା ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମମତାଙ୍କ ସହ ଆଲୋଚନା ପରେ ଡାକ୍ତରମାନେ ଆନ୍ଦୋଳନ ପ୍ରତ୍ୟାହାର କରିନେବାକୁ ରାଜି ହୋଇଛନ୍ତି। ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀ ଆନ୍ଦୋଳନରତ ଡାକ୍ତରମାନଙ୍କ ପ୍ରତିନିଧିଙ୍କୁ ଭେଟି ସୁରକ୍ଷା ସଂକ୍ରାନ୍ତରେ ଆଲୋଚନା କରିଥିଲେ। ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲରେ ଡାକ୍ତରମାନଙ୍କ ସୁରକ୍ଷା ଲାଗି ନୋଡାଲ ଅଫିସର ନିଯୁକ୍ତ କରିବାକୁ ସେ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ୩୧ ଜଣ ଜୁନିୟର ଡାକ୍ତରଙ୍କ ସହ ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ପୂର୍ବରୁ ରୁଦ୍ଧଦ୍ୱାର ବୈଠକ କରିବାକୁ ଚାହୁଁଥିବା ମମତା ଗଣମାଧ୍ୟମ ସମ୍ମୁଖରେ ଆଲୋଚନା ପାଇଁ ରାଜି ହୋଇଥିଲେ। କୌଣସି ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ମାମଲା ରୁଜୁ ହେବନି ବୋଲି ମମତା ପ୍ରତିଶ୍ରୁତି ଦେଇଥିଲେ। ଆଲୋଚନାରେ ସନ୍ତୁଷ୍ଟ ବୋଲି ଡାକ୍ତରମାନଙ୍କର ଜଣେ ପ୍ରତିନିଧି ଗଣମାଧ୍ୟମକୁ କହିଛନ୍ତି। ଏନ୍‌ଆର୍‌ଏସ୍‌ ମେଡିକାଲ କଲେଜ ଓ ହସ୍ପିଟାଲଠାରେ ଆନ୍ଦୋଳନ ପ୍ରତ୍ୟାହାର ସମ୍ପର୍କରେ ଆନୁଷ୍ଠାନିକ ଘୋଷଣା କରାଯିବ ବୋଲି ଜଣାପଡିଛି। ଉକ୍ତ ହସ୍ପିଟାଲରେ ସୋମବାର ରାତିରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ତାଙ୍କର ସମ୍ପର୍କୀୟମାନେ ଦୁଇଜଣ ଜୁନିୟର ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏହାର ପ୍ରତିବାଦରେ ଏବଂ ଡାକ୍ତରମାନଙ୍କ ସୁରକ୍ଷା ଦାବି କରି ସେଠାରେ ସପ୍ତାହେ ହେଲା ଆନ୍ଦୋଳନ ଜାରି ରହିବା ଫଳରେ ରୋଗୀସେବା ବାଧାପ୍ରାପ୍ତ ହୋଇଥିଲା। କାର୍ଯ୍ୟରେ ତୁରନ୍ତ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମମତାଙ୍କ ଚେତାବନୀକୁ ଡାକ୍ତରମାନେ ଗ୍ରହଣ କରି ନ ଥିଲେ। ପଶ୍ଚିମବଙ୍ଗ ଡାକ୍ତରଙ୍କ ସମର୍ଥନରେ ଭାରତୀୟ ମେଡିକାଲ ସଂଘ ଏବଂ ବିଭିନ୍ନ ସଂଗଠନ ବାହାରିବା ପରେ ମମତ ମୁଣ୍ଡ ନୁଆଁଇଥିଲେ। ସେ ଡାକ୍ତରମାନଙ୍କ ସମସ୍ତ ଦାବି ପୂରଣ କରିବେ ବୋଲି କହିବା ପରେ ସୋମବାର ଆଲୋଚନା ପାଇଁ ଜୁନିୟର ଡାକ୍ତର ସଂଘ ରାଜି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ ଶିବକୁମାର…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?