ଛତ୍ରପୁର,୧୮ା୧୨(ଡି.ଏନ.ଏ)- ମମତା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନରେ ଅବହେଳା ଗଞ୍ଜାମ ଜିଲାର ୧୬ ସିଡିପିଓଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୁପ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ଖଲ୍ଲିକୋଟ, ବୁଗୁଡ଼ା, ଭଞ୍ଜନଗର, ବେଲଗୁଣ୍ଠା, ପାତ୍ରପୁର, ଜଗନ୍ନାଥପ୍ରସାଦ, ବେଗୁନିଆପଡା, ପୋଲସରା, ପୁରୁଷୋତ୍ତମପୁର, ରଙ୍ଗେଇଲୁଣ୍ଡା, ଶେରଗଡ଼, ସାନଖେମୁଣ୍ଡି, ସୋରଡ଼ା, କୁକୁଡାଖଣ୍ଡି ଓ ହିଞ୍ଜିଳି ବ୍ଲକ ଏବଂ ବ୍ରହ୍ମପୁର ମହାନଗର ନିଗମ-୧ର ସିଡିପିଓଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଗତ ୨୨ତାରିଖରେ ମମତା ଯୋଜନାର ଜିଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ମମତା ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ଜିଲାର ୯୯ ଓ ଦ୍ୱିତୀୟ ପର୍ଯ୍ୟାୟରେ ୩୨ ଗର୍ଭବତୀଙ୍କୁ ସହାୟତା ଦିଆଯାଇ ନ ଥିବା ସମୀକ୍ଷା ବେଳେ ଜଣାପଡିଥିଲା। ହିତାଧିକାରୀଙ୍କୁ କାହିଁକି ସହାୟତା ରାଶି ଦିଆଯାଇନି ସେ ସମ୍ପର୍କରେ ୭ଦିନ ମଧ୍ୟରେ ଜଣାଇବାକୁ ଜିଲାପାଳ ଉକ୍ତ ବୈଠକରେ ସିଡିପିଓମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସିଡିପିଓମାନେ କୌଣସି ଉତ୍ତର ନ ରଖିବାରୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବାକୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସମାଜ ମଙ୍ଗଳ ଅଧିକାରୀ ଏ ସମ୍ପର୍କିତ ଫାଇଲ୍ ଜିଲାପାଳଙ୍କୁ ପଠାଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
Archives

