ମରଣଯନ୍ତା ପାଲଟିଛି ସର୍ଭିସ ରୋଡ

ଆନନ୍ଦପୁର,୧୧। ୯(ସ୍ବ.ପ୍ର.)- ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ସର୍ଭିସ୍‌ ରୋଡ ମାସ ମାସ ଧରି ମରଣଯନ୍ତା ପାଲଟିଛି। ବିଶେଷକରି ବହୁ ଗୁରୁତ୍ୱପୂର୍ଣ୍ଣ ଶାଳପଡା ବାଇପାସ୍‌ର ସର୍ଭିସ୍‌ ରୋଡର ଅବସ୍ଥା ଶୋଚନୀୟ ରହିଛି। ଯାତାୟାତ କ୍ଷେତ୍ରରେ ଏହି ରାସ୍ତାର ଗୁରୁତ୍ୱ ଅଧିକ ରହିଛି। ଏହି ରାସ୍ତା ଦେଇ ଦୈନିକ ଜରୁରୀକାଳୀନ ସେବାର ଯାନବାହାନ ଯଥା ଅଗ୍ନିଶମ ବିଭାଗ, ୧୦୮ ଆମ୍ବୁଲାନ୍ସ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ଯାତାୟାତ କରିବାର ମୁଖ୍ୟ ରାସ୍ତା ରହିଛି। ଏହା ସହିତ ଏହି ରାସ୍ତା ଦେଇ ଦୈନିକ ବହୁ ପ୍ରଶାସନିକ ଅଧିକାରୀ ଯାତାୟାତ କରୁଛନ୍ତି। କେହି ଏଥିପ୍ରତି ଦୃଷ୍ଟି ନ ଦେବା ଅତ୍ୟନ୍ତ ପରିତାପର ବିଷୟ ସାଜିଛି। ସର୍ଭିସ ରୋଡରେ ବଡ ବଡ ଖାଲ ମାନ ସୃଷ୍ଟି ହୋଇ ଯାତ୍ରୀମାନଙ୍କୁ ବିପଦ ମୁହଁକୁ ଠେଲୁଛି। ସର୍ଭିସ ରୋଡର ଏଭଳି ଅବସ୍ଥା ସମ୍ପର୍କରେ ଅଗଷ୍ଟ ମାସ ୧୯ ତାରିଖ ଜିଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ହେଲେ ଅଦ୍ୟାବଧି ଏହାର କୌଣସି ସମାଧାନ ହୋଇପାରନଥିବାରୁ ଖବରଦାତାଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri