ମରାମତି କାର୍ଯ୍ୟ ପାଇଁ ବାତିଲ ହେବ ଟ୍ରେନ୍‌ ସେବା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବତଟ ରେଳପଥର ବିଭିନ୍ନ ସ୍ଥାନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି କେତେକ ପାସେଞ୍ଜର ଟ୍ରେନ୍‌କୁ ବାତିଲ କରାଯାଇଥିବା ବେଳେ ଆଉ କେତେକ ଟ୍ରେନ୍‌କୁ ଆଂଶିକ ବାତିଲ କରାଯାଇଛି। ସୂଚନା ମୁତାବକ, ସମ୍ବଲପୁର-ଜୁନାଗଡ଼ ରୋଡ୍‌-ସମ୍ବଲପୁର ପାସେଞ୍ଜର ସମ୍ବଲପୁରଠାରୁ ଫେବୃୟାରୀ ୨୭ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏବଂ ଜୁନାଗଡ଼ ରୋଡ୍‌ଠାରୁ ଫେବୃୟାରୀ ୨୮ରୁ ଏପ୍ରିଲ ୧ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରୁ ବାତିଲ ରହିବ। ସେହିଭଳି କଟକ-ପାରାଦୀପ-କଟକ ପାସେଞ୍ଜର ଉଭୟ ପାର୍ଶ୍ୱରୁ ଫେବୃୟାରୀ ୨୭ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବାତିଲ ରହିବ। ଏହାବ୍ୟତୀତ ଭଦ୍ରକ-କଟକ-ଭଦ୍ରକ ମେମୁ ଟ୍ରେନ୍‌କୁ ଉଭୟ ପାର୍ଶ୍ୱରୁ ଫେବୃୟାରୀ ୨୭ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବାତିଲ କରାଯାଇଥିବା ବେଳେ ଦୁର୍ଗ-ବିଶାଖାପାଟଣା-ଦୁର୍ଗ ପାସେଞ୍ଜର ଉଭୟ ପାର୍ଶ୍ୱରୁ ଫେବୃୟାରୀ ୨୮ରୁ ଏପ୍ରିଲ ୨ ପର୍ଯ୍ୟନ୍ତ ବାତିଲ ରହିବ। ଅନ୍ୟପକ୍ଷରେ ସମ୍ବଲପୁର-ରାୟଗଡ଼ା-ସମ୍ବଲପୁର ଇଣ୍ଟରସିଟି ଏକ୍ସପ୍ରେସ ଉଭୟ ସମ୍ବଲପୁର ଓ ରାୟଗଡ଼ାରୁ ଫେବୃୟାରୀ ୨୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଟିଟିଲାଗଡ଼ ଓ ରାୟଗଡ଼ା ମଧ୍ୟରେ ଉଭୟ ପାର୍ଶ୍ୱରୁ ବାତିଲ ରହିବ। ସେହିଭଳି ରାଇପୁର-ଜୁନାଗଡ଼ ରୋଡ୍‌-ରାଇପୁର ପାସେଞ୍ଜର ରାଇପୁରଠାରୁ ଫେବୃୟାରୀ ୨୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଏବଂ ଜୁନାଗଡ଼ ରୋଡ୍‌ରୁ ମାର୍ଚ୍ଚ ୧ ରୁ ୩ ପର୍ଯ୍ୟନ୍ତ ଟିଟିଲାଗଡ଼ ଓ ଜୁନାଗଡ଼ ରୋଡ୍‌ ମଧ୍ୟରେ ଉଭୟ ପାର୍ଶ୍ୱରୁ ବାତିଲ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri