ମରାମତି ହେଉନି ଓଭରବ୍ରିଜ୍‌: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୨୯।୧୦-ବାଲେଶ୍ୱର ଫକୀରମୋହନ ଗୋଲେଇରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ରାଜ୍ୟର ସର୍ବପୁରାତନ ଓ ପ୍ରଥମ ଓଭରବ୍ରିଜ୍‌ର ମରାମତି ପାଇଁ ଦୀର୍ଘଦିନ ହେଲା ସିଭିଲ୍‌ ସୋସାଇଟି ଆନ୍ଦୋଳନ କରିଆସୁଥିଲା। ସରକାର ପ୍ରଥମ ପର୍ଯ୍ୟାୟରେ ୪କୋଟି ୯୩ଲକ୍ଷ ୨୫ହଜାର ଟଙ୍କା ମରାମତି ପାଇଁ ମଞ୍ଜୁର କରିଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ହର୍କୁଲାସ ଇଣ୍ଡିଆକୁ କାର୍ଯ୍ୟାଦେଶ ମିଳିଛି। ମାତ୍ର ତାହା କାର୍ଯ୍ୟକାରୀ ନ ହେବାରୁ ସିଭିଲ୍‌ ସୋସାଇଟି ତରଫରୁ ଗତ ସେପ୍ଟେମ୍ବର ୬ ତାରିଖରେ ସୁପରିଣ୍ଟେଣ୍ଡେଣ୍ଟ୍‌ ଇଞ୍ଜିନିୟରଙ୍କ ଅଫିସ୍‌ ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେ ପୋଲ ତଳଜାଗାକୁ ଅବରୋଧମୁକ୍ତ କରି ଅବିଳମ୍ବେ କାର୍ଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ତାହା ଆଜି ସୁଦ୍ଧା ତାହା କାର୍ଯ୍ୟକାରୀ ନ ହେବାରୁ ସିଭିଲ୍‌ ସୋସାଇଟି ତରଫରୁ ଏକ ପ୍ରତିନିଧି ଦଳ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ସର୍କିଟ୍‌ ହାଉସରେ ଭେଟି ଆଲୋଚନା କରିଥିଲେ। ଆଲୋଚନାରେ ମନ୍ତ୍ରୀ ସମସ୍ତ ବିଷୟ ପ୍ରତି ଗୁରୁତ୍ୱ ଦେଇ ଅବିଳମ୍ବେ ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ସାଙ୍ଗକୁ ପୋଲ ତଳକୁ ଅବରୋଧମୁକ୍ତ କରିବାକୁ ଜିଲାପାଳଙ୍କୁ ଫୋନ୍‌ ଯୋଗେ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଓଭରବ୍ରିଜ୍‌ର ସୁରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସଦସ୍ୟମାନଙ୍କୁ ଜଣାଇଥିଲେ। ଏହି ଆଲୋଚନାରେ ମନୋଜ ନାୟକ, ବାବୁ ଦାସ, ସନ୍ତୋଷ ସାହୁ, ନିରଞ୍ଜନ ପରିଡ଼ା, ପରମାନନ୍ଦ ପଣ୍ଡା, ରୋଜି ପଟ୍ଟନାୟକ, ଜୟନ୍ତୀ ଦତ୍ତ, ଜ୍ୟୋତ୍ସ୍ନା ସେନାପତି ଓ ସିପ୍ରା ବାଜପେୟୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri