ମରୁଡ଼ି ଚିନ୍ତା: ବୀମାରେ ସର୍ବକାଳୀନ ରେକର୍ଡ: ପଞ୍ଜୀକରଣ କଲେଣି ୪୫ ହଜାର ଚାଷୀ

ଅନୁଗୋଳ ଅଫିସ, ୩୧।୭-ଆବଶ୍ୟକ ବର୍ଷା ହେଉ ନ ଥିବାରୁ ମରୁଡ଼ି ନେଇ ଅନୁଗୋଳ ଜିଲାର ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ମରୁଡ଼ି ଜନିତ ଫସଲ କ୍ଷତିରୁ ତ୍ରାହି ପାଇବା ପାଇଁ ସେମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସାହାରା ନେଉଛନ୍ତି। ଆସନ୍ତା ବୁଧବାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକରଣ କରିବାର ଶେଷ ତାରିଖ ଥିବାବେଳେ ମଙ୍ଗଳବାର ସୁଦ୍ଧା ଜିଲାର ୪୫ ହଜାର ୪୭୩ ଜଣ ଚାଷୀ ପଞ୍ଜୀକୃତ ହୋଇଥିବା ଜିଲା କୃଷି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବନ୍ୟା, ବାତ୍ୟା, ଧୋଇ ଓ ମରୁଡ଼ିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଯୋଗାଇ ଦେବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଆରମ୍ଭ କରାଯାଇଥିଲା। କିନ୍ତୁ ଯୋଜନା ଆରମ୍ଭ ଦିନଠାରୁ ଅନୁଗୋଳ ଜିଲାର ଚାଷୀମାନେ ଏଥିପ୍ରତି ଆଗ୍ରହ ପ୍ରକାଶ କରି ନ ଥିବା ଦେଖିବାକୁ ମିଳିଥିଲା। ଏହି ଯୋଜନାରେ ସାମିଲ ହେବା ପାଇଁ ଜିଲା ଉପ କୃଷି ନିର୍ଦ୍ଦେଶାଳୟ ଠାରୁ ଆରମ୍ଭ କରି ବ୍ଲକ କୃଷି କାର୍ଯ୍ୟାଳୟର ଅଧିକାରୀମାନେ ଚାଷୀମାନଙ୍କୁ ବୁଝାଇ ବୁଝାଇ ନୟାନ୍ତ ହେଉଥିଲେ। ହେଲେ ଗତବର୍ଷ ଜିଲାର ବିଭିନ୍ନ ବ୍ଲକ ଅଧିକାରୀଙ୍କ ଉପରେ ଚାପ ପଡ଼ିବାରୁ ମାତ୍ର ୪ ହଜାର ୫୪୨ ଜଣ ଚାଷୀ ନିଜ ନାମ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକରଣ କରିଥିଲେ। ଚଳିତ ବର୍ଷ ଜିଲାରେ ୧୫ ହଜାର ଚାଷୀଙ୍କ ନାମ ବୀମା ଯୋଜନାରେ ସାମିଲ କରିବାକୁ ଜିଲା କୃଷି ଉପନିର୍ଦ୍ଦେଶାଳୟ ପକ୍ଷରୁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ମରୁଡ଼ି ଚିନ୍ତା ଯୋଗୁ ଉକ୍ତ ଟାର୍ଗେଟ ପୂରଣ ହୋଇ ପଞ୍ଜୀକରଣ ସଂଖ୍ୟା ୩ଗୁଣ ଅର୍ଥାତ୍‌ ୫୦ ହଜାର ଛୁଇଁବାକୁ ବସିଲାଣି। ବୁଧବାର ପଞ୍ଜୀକରଣର ଶେଷ ତାରିଖ ଥିବାବେଳେ ଆହୁରି ଅନେକ ଚାଷୀ ଏଥିରେ ସାମିଲ ହେବାକୁ ଆବେଦନ କରିବେ ବୋଲି ସୂଚନା ମିଳିଛି। ଏପରି ସ୍ଥିତି ଜିଲାରେ ପ୍ରଥମ ଥର ବୋଲି ଜିଲା କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri