ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଝିଅ ମୃତ, ମା’ ଗୁରୁତର, ହସ୍ପିଟାଲରେ ଛାଡ଼ି କାର୍‌ ସହ ଚାଳକ ଫେରାର

ପାଟଣା,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ବାଉଁଶୁଳିଛକ ନିକଟରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ୮ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ମା’ ଗୁରୁତର ହୋଇଛନ୍ତି। ନାବାଳିକା ହେଲେ ବାରିଆ ଥାନା କାଉଁରୀକଳା ଗ୍ରାମର ଗ୍ରୀଶ୍ମିରାଣୀ ପାତ୍ର, ଗୁରୁତର ହେଲେ ମଞ୍ଜୁ ପାତ୍ର(୩୫)।
ସୂଚନାନୁଯାୟୀ, ଉଭୟ ମା’,ଝିଅ ମାମୁ ସଞ୍ଜୟ କୁମାର ପାତ୍ରଙ୍କ ସହ ବାଇକ୍‌ ଯୋଗେ କେନ୍ଦୁଝର ନେଲୁଙ୍ଗୁ ଗ୍ରାମରୁ ଫେରୁଥିବା ବେଳେ ସମ୍ମୁଖରୁ ଆସୁଥିବା ଏକ କାର୍‌ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ କାର୍‌ଚାଳକ ନିଜେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଗ୍ରୀଶ୍ମିଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଦୁର୍ଘଟଣା ଘଟାଇଥିବା କାର୍‌ଚାଳକ ମେଡିକାଲରେ ମା’ ଝିଅଙ୍କୁ ପହଞ୍ଚାଇ ଫେରାର ଥିବା ଥାନାଧିକାରୀ ବାରେନ୍ଦ୍ର ଶିଆଲ କହିଛନ୍ତି। ଏ ନେଇ ଥାନା ଏଏସ୍‌ଆଇ ଗୁରୁପ୍ରସାଦ ଦେଓ କେସ୍‌ ନଂ.୧୩୧/୧୯ରେ ଏକ ମାମଲାରୁଜୁ କରି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?