Posted inଖେଳ

ମଲନଙ୍କ ଶତକରେ ଅଷ୍ଟ୍ରେଲିଆ ପରାସ୍ତ, ଦକ୍ଷିଣ ଆଫ୍ରିକା ସିରିଜ ବିଜୟୀ

ବ୍ଲୋଏମ୍‌ଫୋଣ୍ଟେନ, ୫।୩- ଜାନେମନ ମଲନଙ୍କ ଅପରାଜିତ ଶତକ ସହାୟତାରେ ଦକ୍ଷିଣ ଆଫ୍ରିକା ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାସ୍ତ କରିଛି। ଅଷ୍ଟ୍ରେଲିଆ ୫୦ ଓଭରରେ ୨୭୧ ରନ କରିଥିବାବେଳେ ଦକ୍ଷିଣ ଆଫ୍ରିକା ୪୮.୩ ଓଭରରେ ୪ ଉଇକେଟ ହରାଇ ୨୭୪ ରନ ସଂଗ୍ରହ କରି ନେଇଛି। ୧୩୯ ବଲ୍‌ରୁ ୭ ଚୌକା ଓ ୪ ଛକା ସହାୟତାରେ ୧୨୯ ରନରେ ଅପରାଜିତ ରହି ଦକ୍ଷିଣ ଆଫ୍ରିକା ବିଜୟରେ ହିରୋ ସାବ୍ୟସ୍ତ ହୋଇଛନ୍ତି ମଲନ। ପଦାର୍ପଣ ମ୍ୟାଚରେ ଡକ୍‌(୦)ରେ ଆଉଟ ହୋଇଥିବା ମଲନ ଦ୍ୱିତୀୟ ମ୍ୟାଚରେ ମ୍ୟାଚ ବିଜୟୀ ଶତକୀୟ ଇନିଂସ ଖେଳି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି। ଦକ୍ଷିଣ ଆଫ୍ରିକା ୨-୦ରେ ଅଗ୍ରଣୀ ରହିବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତିନେଇଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଅଷ୍ଟ୍ରେଲିଆ ଅଧିନାୟକ ଆରନ ଫିଞ୍ଚ୍‌ଙ୍କ ୬୯ ଓ ଡି’ ଆର୍ସି ଶର୍ଟଙ୍କ ୬୯ ରନ ବଳରେ ୨୭୧ ରନ କରିଥିଲା। ଦକ୍ଷିଣ ଆଫ୍ରିକା ପକ୍ଷରୁ ଲୁନ୍‌ଗି ଏନ୍‌ଗିଡି ୫୮ ରନ ବିନିମୟରେ ୬ ଉଇକେଟ ସଫଳତା ପାଇଥିଲେ। ଏନରିଚ୍‌ ନର୍ଜେଙ୍କୁ ୨ଟି ଉଇକେଟ ମିଳିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ମଲନଙ୍କ କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ଶତକ ସହାୟତାରେ ଆହୁରି ୯ଟି ବଲ୍‌ ବାକିଥାଇ ବିଜୟ ଲକ୍ଷ୍ୟରେ ପହଞ୍ଚତ୍ ଯାଇଥିଲା। ହେନରିଚ୍‌ କ୍ଲାସେନ ୫୧, ଜେ. ସ୍ମୁଟ୍ସ ୪୧ ଓ ଡେଭିଡ ମିଲର ୩୭ ରନରେ ଅପରାଜିତ ରହି ମଲନଙ୍କୁ ଉପଯୁକ୍ତ ସହାୟତା କରିଥିଲେ। ଅଷ୍ଟ୍ରେଲିଆର ଆଡାମ ଜାମ୍ପା ସର୍ବାଧିକ ୨ଟି ଉଇକେଟ ପାଇଥିଲେ। ଏନଗିଡି ଓ ମଲନଙ୍କୁ ଯୁଗ୍ମଭାବେ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଛି।
ସଂକ୍ଷିପ୍ତ ସ୍କୋର
ଅଷ୍ଟ୍ରେଲିଆ ୫୦ ଓଭରରେ ୨୭୧/ଅଲଆଉଟ(ଫିଞ୍ଚ୍‌-୬୯, ଶର୍ଟ-୬୯, ମିଚେଲ ମାର୍ଶ-୩୬, ଡେଭିଡ ଓ୍ବାର୍ନର-୩୫, ଏନଗିଡି-୬/୫୮, ନର୍ଜେ-୨/୫୯)। ଦକ୍ଷିଣ ଆଫ୍ରିକା ୪୮.୩ ଓଭରରେ ୨୭୪/୪(ମଲନ-୧୨୯*, କ୍ଲାସେନ-୫୧, ସ୍ମୁଟ୍ସ-୪୧, ମିଲର-୩୭*, ଜାମ୍ପା-୨/୪୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri