ଗଞ୍ଜାମ/ଛତ୍ରପୁର,୨୬ା୧୦(ଡି.ଏନ୍.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ମଲାଡ ସରପଞ୍ଚ ପ୍ରଭାତ କୁମାର ସେଠୀଙ୍କୁ ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଆକ୍ରମଣ ହୋଇଛି। ଏଥିସହ ତାଙ୍କ ଘରେ କୌଣସି ବିଷୟରେ ଆଲୋଚନା ପାଇଁ ଉପସ୍ଥିତ ଲୁଙ୍ଘୁରି ଗଁ।ର କାଳିଆ ବିଶ୍ୱାଳ, ପ୍ରମୋଦ ସାହୁ, ଗଞ୍ଜାମ ଏନ୍ଏସିର ପ୍ରଶାନ୍ତ ବୈଠାରୁ ଓ ହୁମ୍ମାର ଶାନ୍ତନୁ ବିଶ୍ୱାଳଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଛି। ଆହତମାନଙ୍କୁ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଭାତଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ପଥର ମାଡ଼ ମଧ୍ୟ କରିଛନ୍ତି। ରମ୍ଭା ଆଇଆଇସି କୃଷ୍ଣଚନ୍ଦ୍ର ସେଠୀ ଏବଂ ହୁମ୍ମା ଏସ୍ଆଇ ରାମଚନ୍ଦ୍ର ବେହେରା ସରପଞ୍ଚଙ୍କ ଘର ପାଣିବନ୍ଧ ଯାଇ ତଦନ୍ତ ଚଳାଇଛନ୍ତି। ଏସ୍ଆଇଙ୍କ ସୂଚନା ପ୍ରକାରେ, କୌଣସି ଫର୍ମରେ ଦସ୍ତଖତକୁ ନେଇ ବାଣିବନ୍ଧ ଗ୍ରାମର ୨ଜଣ ବ୍ୟକ୍ତି ସରପଞ୍ଚଙ୍କ ସହ ପାଟିତୁଣ୍ଡ କରିଥିଲେ। ଉକ୍ତ ଘଟଣାକୁ କେନ୍ଦ୍ରକରି ଏହି ଗଣ୍ଡଗୋଳ ଘଟିଛି। ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…
‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…
ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…
ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

