ମଲ୍‌, ହସ୍ପିଟାଲ, ମଲ୍ଟିପ୍ଲେକ୍ସରେ ପାର୍କିଂ ଫି ଆଦାୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌ ଓ ଆପାର୍ଟମେଣ୍ଟ ଆଦିରେ ଥିବା ପାର୍କିଂସ୍ଥଳରୁ ଫି ଆଦାୟ ତୁରନ୍ତ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ବୁଧବାର ଏକ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ, ବିଡିଏ ଦ୍ୱାରା ଅନୁମୋଦିତ ହେଉଥିବା ବିଲ୍ଡିଂ ପ୍ଲାନ୍‌ ଓ ରହିଥିବା ନିୟମ ଅନୁସାରେ ଏହା ଠିକ୍‌ ନୁହେଁ। ତେଣୁ ବେଆଇନ ଭାବେ ଆଦାୟ କରାଯାଉଥିବା ପାର୍କିଂ ଫି ତୁରନ୍ତ ବନ୍ଦ କରା ନ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିଭଳି ବିଲ୍‌ଡିଂ ପ୍ଲାନ୍‌ ଆପ୍ରୁଭାଲ୍‌ ସମୟରେ ଯେତିକି ପାର୍କିଂ ସ୍ଥାନ ଅନୁମୋଦନ କରାଯାଇଛି, ତାହା ଅନ୍ୟ ଉଦ୍ଦେଶ୍ୟରେ ଉପଯୋଗ ହେଉଛି। ରାସ୍ତାରେ ଗାଡ଼ିପାର୍କିଂ କରାଯାଉଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏଥିପ୍ରତି କଡ଼ା ନଜର ରଖାଯାଇଛି ବୋଲି ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧାରୀ ଟୁଇଟ୍‌ରେ ମାଧ୍ୟମରେ ସୂଚନା ଦେଇଛନ୍ତି। ବିଡିଏ ପ୍ଲାନିଂ ମେମ୍ବର ଗୌରୀଶଙ୍କର ଭୂୟାଁ କହିଛନ୍ତି, କୌଣସି ମଲ୍‌ କିମ୍ବା ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ ତଥା ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ପାର୍କିଂ ଆଦାୟ କରିବାର କ୍ଷମତା ନାହିଁ। ଖିଲାପ କରାଯାଉଥିବା ନଜରକୁ ଆସିଲେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri