Categories: ଜାତୀୟ

ମସ୍ତିଷ୍କ ଜ୍ୱର ଆତଙ୍କ ୧୩୦ ଶିଶୁଙ୍କ ଗଲାଣି ଜୀବନ

ପାଟନା,୧୯।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୭୫ ନୂଆ ଶିଶୁ ଏହି ରୋଗରେ ପୀଡିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୩୦୦ରୁ ଊର୍ଦ୍ଧ୍ୱ ଶିଶୁ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ରୋଗକୁ ଏଡାଇବା ପାଇଁ କେନ୍ଦ୍ରୀୟ ଦଳ ସବୁ ପ୍ରକାର ଚେଷ୍ଟା ଜାରି ରଖିଛି ବୋଲି ହର୍ଷବର୍ଦ୍ଧନ କହିଛନ୍ତି। ସରକାରୀ ସ୍ତରରେ ମୃତ୍ୟୁସଂଖ୍ୟା ୧୧୨ କୁହାଯାଉଛି। କିନ୍ତୁ ବେସରକାରୀ ସ୍ତରରେ ଏହା ୧୩୦ ବୋଲି ଜଣାପଡିଛି। ଆଉ କେତେଜଣ ଶିଶୁ ଗାଁରେ ପ୍ରାଣ ହରାଇବା ପରେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଥିବା ଦେଖିବାକୁ ମିଳିଛି।

Share