ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ଏଏସ୍‌ଆଇ ନିଲମ୍ବିତ, ୨ ଥାନା ଅଧିକାରୀଙ୍କୁ ବଦଳି

ନୟାଗଡ଼ ଅଫିସ,୨ା୧୦: କର୍ତ୍ତବ୍ୟରେ ଅବହେଳା କରିବା ୨ ଥାନା ଅଧିକାରୀ ଓ ଜଣେ ଏଏସ୍‌ଆଇଙ୍କୁ ମହଙ୍ଗା ପଡ଼ିଛି। ନୟାଗଡ଼ ଏସ୍‌ପି ଶଶିଭୂଷଣ ଶତପଥୀ ଓଡଗାଁ ଓ ଚାନ୍ଦପୁର ଥାନା ଅଧିକାରୀଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଥିବାବେଳେ ଓଡଗାଁ ଥାନା ଏଏସ୍‌ଆଇଙ୍କୁ ନିଲମ୍ବିତ କରିଛନ୍ତି। ଏକ ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେବା ଓ ତଦନ୍ତରେ ବିଳମ୍ବ ହୋଇଥିବାରୁ ଓଡଗାଁ ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡା, ଚାନ୍ଦପୁର ଥାନା ଅଧିକାରୀ ଗିରିଜା ନନ୍ଦନ ପଟ୍ଟନାୟକ ଓ ଓଡ଼ଗାଁ ଥାନା ଏଏସ୍‌ଆଇ ଶରତ ଚନ୍ଦ୍ର ମିଶ୍ରଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଏସ୍‌ପି ଶତପଥୀ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଓଡ଼ଗାଁ ଥାନା ବାହାଡ଼ାଝୋଲା ଫାଣ୍ଡି ଅଧୀନ ଏକ ଗ୍ରାମରେ ଜୁନ୍‌ ମାସରେ କିଛି ଲୋକ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ଉପରେ ଆକ୍ରମଣ କରିଥିଲେ। ୩ ମାସ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବାରୁ ଭଭୟ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେହିପରି ଚାନ୍ଦପୁର ଥାନା ଅଧିକାରୀ ପଟ୍ଟନାୟକ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ବଦଳି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri