ମହଙ୍ଗା ପଡ଼ିଲା ଖାକି ବର୍ଦ୍ଦିରେ ନିଶା କାରବାର: କନଷ୍ଟେବଳ ଜାନକୀବଲ୍ଲଭ ବହିଷ୍କୃତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ପୋଲିସ ବିଭାଗରେ ଚାକିରି କରି ବ୍ରାଉନସୁଗାର ବେପାର କରିବା ଶେଷରେ ମହଙ୍ଗା ପଡ଼ିଛି। କିଛିଦିନ ତଳେ ଗିରଫ ହୋଇଥିବା କନଷ୍ଟେବଳ ଜାନକୀବଲ୍ଲଭ ଭାରିମଲ୍ଲଙ୍କୁ ଚାକିରିରୁ ବିଦା କରାଯାଇଛି। ଏକାଧିକ ଅପରାଧରେ ସମ୍ପୃକ୍ତ ଥିବାରୁ ତାଙ୍କୁ ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ ବହିଷ୍କାର କରିଛନ୍ତି। ସୂଚନାଯୋଗ୍ୟ, ଜାନକୀବଲ୍ଲଭ ରିଜର୍ଭ ପୋଲିସରେ କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ। ସେ ଗତ ୧୩ ତାରିଖ ଦିନ ବ୍ରାଉନସୁଗାର ବ୍ୟବସାୟ କରୁଥିବା କ୍ୟୁଏଟି ଓ ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡି ଗିରଫ ହୋଇଥିଲେ। ଖୋଳତାଡ଼ ପରେ ତାଙ୍କ ଆପରାଧିକ ପେଡ଼ି ଖୋଲିଥିଲା। ତାଙ୍କ ନାମରେ ଏକାଧିକ ଫୌଜଦାରି ମାମଲା ରହିଥିବାବେଳେ ବ୍ରାଉନସୁଗାର କାରବାର କରୁଥିଲେ। ବିଶେଷକରି ଖୋର୍ଦ୍ଧାରେ କାର୍ଯ୍ୟ କରିବା ସମୟରେ ନିଶା ମାଫିଆ ଛୋଟା ଲିଙ୍କ୍‌ରେ ଆସିଥିଲେ। ତାଙ୍କଠାରୁ ବ୍ରାଉନସୁଗାର ନେଇ ବ୍ୟବସାୟ କରିବା ସହ ଦାମୀ ଗାଡ଼ି ଚଢୁଥିଲେ। ଏପରି କି ଚୋରା ପଥର ଚାଲାଣରେ ସେ ଛୋଟାକୁ ପୋଲିସ ସମ୍ପର୍କରେ ଭିତିରି ସୂଚନା ଦେଉଥିଲେ। ୨୦୦୫ରେ କ୍ୟାପିଟାଲ ଥାନାଞ୍ଚଳରେ ଏକ ହତ୍ୟା ପାଇଁ ଅପହରଣ ମାମଲାରେ ସେ ଅଭିଯୁକ୍ତ ଥିଲେ। ହେଲେ ପ୍ରମାଣ ଅଭାବରୁ ଖଲାସ ହୋଇଥିଲେ। ୨୦୦୮ରୁ ୨୦୧୮ ପର୍ଯ୍ୟନ୍ତ ସେ ଖୋର୍ଦ୍ଧାରେ ଥିଲେ। ୨୦୧୧ରେ ଖଣ୍ଡଗିରି ଥାନାର ଏକ ମାମଲାରେ ଅଭିଯୁକ୍ତ ଥିଲେ। ସେହିପରି ୨୦୧୮ରେ ଖୋର୍ଦ୍ଧାରେ ଜଣେ ଓକିଲଙ୍କ ଗାଡି ଚୋରି କରିବା ଅଭିଯୋଗରେ ସେ ଗିରଫ ହୋଇଥିଲେ। ତାଙ୍କ ବିରୋଧରେ ତଦନ୍ତ କରାଯାଇ ରିପୋର୍ଟ ଆସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri