ମହଙ୍ଗା ପଡ଼ିଲା ଯୁବକଙ୍କ ମୃତ୍ୟୁକୁ ନେଇ ରାସ୍ତା ଅବରୋଧ : ଜଣଙ୍କ ପରେ ଜଣଙ୍କୁ ଥାନାକୁ ନେଉଛି ପୋଲିସ

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ବଜାରଠାରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଚକାତଳେ ଟିଣା ଗ୍ରାମର ଯୁବକ ଚନ୍ଦ୍ରମଣିଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର ଉତ୍ତ୍ୟେକ୍ତ ଲୋକେ ବାଛୋଳ ଛକଠାରେ ଟାୟାର ଜାଳି ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଦୀର୍ଘ ୫ ଘଣ୍ଟା ରାସ୍ତା ଅବରୋଧ କରିଥିଲେ। ଯାହା ଆଜି ସେମାନଙ୍କ ପାଇଁ ମହଙ୍ଗା ପଡ଼ିଛି। ରାସ୍ତା ଅବରୋଧ କରି ଯାନବାହନ ଅଟକାଇ ଆଇନଶୃଙ୍ଖଳା ପରିସ୍ଥିତି ବିଗାଡ଼ିବା ଅଭିଯୋଗରେ ପୋଲିସ ପକ୍ଷରୁ କେସ ନଂ. ୨୬୭/୧୯ରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଧାରଣାକାରୀମାନଙ୍କ ଭିଡିଓ ଉତ୍ତୋଳନ କରିଥିଲା। ଏହି ଭିଡିଓରୁ ଉତ୍ତ୍ୟେକ୍ତ ଲୋକଙ୍କୁ ଚିହ୍ନଟ କରି ଶନିବାର ସେମାନଙ୍କ ମଧ୍ୟରୁ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହିତ ଅନ୍ୟମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଏହି ଘଟଣାରେ ଜଣଙ୍କ ପରେ ଜଣଙ୍କୁ ଟିଣା ଗ୍ରାମରୁ ପୋଲିସ ଉଠାଇ ଆଣୁଥିବା ଦେଖି ଗ୍ରାମର କିଛି ବ୍ୟକ୍ତି ଗାଁ ଛାଡ଼ି କେଉଁଆଡ଼େ ଆତ୍ମଗୋପନ କରିଛନ୍ତି। ଅନ୍ୟପକ୍ଷରେ ମୃତ ଚନ୍ଦ୍ରମଣିଙ୍କ ମୃତ୍ୟୁ ୩ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ସମ୍ପୃକ୍ତ ବସ୍‌ ଡ୍ରାଇଭରଙ୍କୁ ଏଯାବତ୍‌ ଗିରଫ କରି ନ ଥିବାରୁ ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri