ମହଙ୍ଗା ପଡ଼ିଲା ଯୁବକଙ୍କ ମୃତ୍ୟୁକୁ ନେଇ ରାସ୍ତା ଅବରୋଧ : ଜଣଙ୍କ ପରେ ଜଣଙ୍କୁ ଥାନାକୁ ନେଉଛି ପୋଲିସ

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ବଜାରଠାରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଚକାତଳେ ଟିଣା ଗ୍ରାମର ଯୁବକ ଚନ୍ଦ୍ରମଣିଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର ଉତ୍ତ୍ୟେକ୍ତ ଲୋକେ ବାଛୋଳ ଛକଠାରେ ଟାୟାର ଜାଳି ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଦୀର୍ଘ ୫ ଘଣ୍ଟା ରାସ୍ତା ଅବରୋଧ କରିଥିଲେ। ଯାହା ଆଜି ସେମାନଙ୍କ ପାଇଁ ମହଙ୍ଗା ପଡ଼ିଛି। ରାସ୍ତା ଅବରୋଧ କରି ଯାନବାହନ ଅଟକାଇ ଆଇନଶୃଙ୍ଖଳା ପରିସ୍ଥିତି ବିଗାଡ଼ିବା ଅଭିଯୋଗରେ ପୋଲିସ ପକ୍ଷରୁ କେସ ନଂ. ୨୬୭/୧୯ରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଧାରଣାକାରୀମାନଙ୍କ ଭିଡିଓ ଉତ୍ତୋଳନ କରିଥିଲା। ଏହି ଭିଡିଓରୁ ଉତ୍ତ୍ୟେକ୍ତ ଲୋକଙ୍କୁ ଚିହ୍ନଟ କରି ଶନିବାର ସେମାନଙ୍କ ମଧ୍ୟରୁ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହିତ ଅନ୍ୟମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଏହି ଘଟଣାରେ ଜଣଙ୍କ ପରେ ଜଣଙ୍କୁ ଟିଣା ଗ୍ରାମରୁ ପୋଲିସ ଉଠାଇ ଆଣୁଥିବା ଦେଖି ଗ୍ରାମର କିଛି ବ୍ୟକ୍ତି ଗାଁ ଛାଡ଼ି କେଉଁଆଡ଼େ ଆତ୍ମଗୋପନ କରିଛନ୍ତି। ଅନ୍ୟପକ୍ଷରେ ମୃତ ଚନ୍ଦ୍ରମଣିଙ୍କ ମୃତ୍ୟୁ ୩ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ସମ୍ପୃକ୍ତ ବସ୍‌ ଡ୍ରାଇଭରଙ୍କୁ ଏଯାବତ୍‌ ଗିରଫ କରି ନ ଥିବାରୁ ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri