ମହଙ୍ଗା ପଡିଲା ପ୍ରେମ

ଝାରସୁଗୁଡା ଅଫିସ/ଲଖନପୁର,୧୨।୧୨(ଡି.ଏନ.ଏ): ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ବିବାହିତା ମହିଳାଙ୍କୁ ବ୍ଲାକମେଲିଂ କରିବା ଯୁବକଙ୍କୁ ମହଙ୍ଗା ପଡିଛି। ପୋଲିସ ବେଙ୍ଗାଲୁରୁରୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମକରି ବସିଥିଲେ। ପରେ ଉକ୍ତ ମହିଳାଙ୍କ ଅଶ୍ଳୀଳ ଫଟୋକୁ ନେଇ ତାଙ୍କୁ ବ୍ଲାକ୍‌ମେଲିଂ କରିଥିଲେ। ଯୁବକ ଜଣଙ୍କ ମହିଳାଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ସମ୍ପୃକ୍ତ ମହିଳା ଜଣଙ୍କ ଝାରସୁଗୁଡା ଜିଲା ବଡମାଲ ଥାନା ଅଞ୍ଚଳର ବୋଲି ଜଣାପଡିଛି। ସେ ବିବାହିତ, ତାଙ୍କର ୨ ସନ୍ତାନ ଅଛନ୍ତି ବୋଲି ଯୁବକଙ୍କ ସମ୍ପର୍କୀୟମାନେ ଜାଣି ବିବାହ ପ୍ରସ୍ତାବକୁ ବିରୋଧ କରିଥିଲେ। ଏ ସମ୍ପର୍କରେ ମହିଳାଙ୍କ ସ୍ବାମୀ ଜାଣିପାରି ବଡମାଲ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଏଥିରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ବଡମାଲ ପୋଲିସ ବେଙ୍ଗାଲୁରୁରୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ଢେଙ୍କାନାଳ ଫାଟାଲ ଗ୍ରାମର ସୌମ୍ୟଜିତ ସେଠୀ ଓରଫ ଦୀପୁ ବୋଲି ଜଣାପଡିଛି। ପୋଲିସ ଏନେଇ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?