Posted inଖେଳ

ମହମ୍ମଦ ଅଲିଙ୍କୁ ଭେଟିଲେ ଗାଭାସ୍କର

କେଣ୍ଟୁକି,୧୪।୯: ବର୍ତ୍ତମାନ ଆମେରିକାରେ ଥିବା ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଲୌଇସଭିଲେର କେଣ୍ଟୁକି ଗସ୍ତ କରିଛନ୍ତି। ସେଠାରେ ପୂର୍ବତନ ବକ୍ସିଂ କିମ୍ବଦନ୍ତୀ ମହମ୍ମଦ ଅଲି ଓ ତାଙ୍କ ପତ୍ନୀ ଲୋନିଙ୍କୁ ଭେଟିଛନ୍ତି ଗାଭାସ୍କର। ଏଥିସହିତ ଲୌଇସଭିଲେର ମେୟର ଗ୍ରେଗ ଫିଶ୍ଚରଙ୍କ ସହ କ୍ରିକେଟ ସଂଗ୍ରହାଳୟ ଖୋଲିବା ନେଇ ଆଲୋଚନା କରିଛନ୍ତି। କିମ୍ବଦନ୍ତୀ କ୍ରିକେଟର ନିଜ କ୍ୟାରିୟରର କିଛି ସ୍ମରଣୀୟ ବସ୍ତୁ ଦାନ କରିବା ପାଇଁ ରାଜି ହୋଇଛନ୍ତି। ଲୌସଭିଲେ ରାଜ୍ୟ ସହ ଗାଭାସ୍କରଙ୍କ ସ୍ବତନ୍ତ୍ର ସମ୍ପର୍କ ରହିଛି। ଏଠାରେ ତାଙ୍କ ନାମରେ ସୁନୀଲ ଗାଭାସ୍କର କ୍ରିକେଟ ଫିଲ୍ଡ ରହିଛି, ଯାହାକି ଲୌସଭିଲେ କ୍ରିକେଟ କ୍ଲବର ଘରୋଇ ଗ୍ରାଉଣ୍ଡ। ମେୟର ଫିଶ୍ଚର ଓ ଲେସଭିଲେ ସ୍ପୋଟର୍‌ସ କମିଶନ ବୋର୍ଡ ସଦସ୍ୟ ଜୟ ବୋକି ଲୌସଭିଲେକୁ ଦେଶର କ୍ରିକେଟର ଲକ୍ଷ୍ୟ ସ୍ଥଳ କରାଇବାର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମହମ୍ମଦ ଅଲି ସେଣ୍ଟରରେ କ୍ରିକେଟ ସଂଗ୍ରହାଳୟ ରହିବା ଏକ ସମ୍ମାନର ବିଷୟ ବୋଲି ଗାଭାସ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri