ମହାକାଶରେ ଇତିହାସ ରଚିଲା ୟୁଏଇ

ଦୁବାଇ,୨୬ା୯(ଏଏଫ୍‌ପି): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବୁଧବାର ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌)କୁ ଦେଶର ପ୍ରଥମ ମହାକାଶ ଯାତ୍ରୀ ହଜ୍ଜା ଅଲ୍‌-ମନ୍‌ସୁରିଙ୍କୁ ପଠାଇ ଇତିହାସ ରଚିଛି। କାଜାଖସ୍ତାନର ବୈକୋନୁରରୁ ସୋୟୁଜ୍‌-ଏଫ୍‌ଜି ରକେଟରେ ୩୫ ବର୍ଷୀୟ ମନ୍‌ସୁରିଙ୍କ ସହ ରୁଷିଆର ଓଲେଗ୍‌ ସ୍କ୍ରିପୋଚକା ଏବଂ ନାସା ମହାକାଶଚାରୀ ଜେସିକା ମିର୍‌ ଆଇଏସ୍‌ଏସ୍‌ ଅଭିମୁଖେ ଯାତ୍ରା ଆରମ୍ଭ କରିବାବେଳେ ୟୁଏଇର ମହମ୍ମଦ ବିନ୍‌ ରଶିଦ୍‌ ସ୍ପେସ୍‌ ସେଣ୍ଟରରେ ବହୁସଂଖ୍ୟକ ଲୋକ ଉପସ୍ଥିତ ରହି ଜାତୀୟ ପତାକା ଧରି ଉତ୍ସବ ପାଳନ କରିଛନ୍ତି। ବାୟୁସେନାର ପୂର୍ବତନ ପାଇଲଟ ମନ୍‌ସୁରିଙ୍କୁ ୟୁଏଇ ଜଣେ ଜାତୀୟ ହିରୋ ଭାବେ ଅଭିହିତ କରିଛି। ମନ୍‌ସୁରି ଆଇଏସ୍‌ଏସ୍‌ରେ ୮ ଦିନ ବିତାଇ ବିଭିନ୍ନ ପ୍ରକାର ପ୍ରୟୋଗ କରିବେ। ଯାତ୍ରା ପୂର୍ବରୁ ସେ ଏହାକୁ ତାଙ୍କ ସ୍ବପ୍ନର ମିଶନ ବୋଲି କହିଛନ୍ତି। ଏହି ଅବସରରେ ସାରା ବିଶ୍ୱରୁ ଅଭିନନ୍ଦନର ସୁଅ ଛୁଟିଛି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶେଖ୍‌ ମହମ୍ମଦ ବିନ୍‌ ଜାୟେଦ୍‌ଙ୍କ ଦୂରଦୃଷ୍ଟିକୁ ପ୍ରଶଂସା କରିବା ସହ ମନ୍‌ସୁରିଙ୍କ ସଫଳ ଯାତ୍ରା କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri