ମହାକାଶ ଇତିହାସରେ ପ୍ରଥମ ଘଟଣା: ଅକ୍ଟୋବର ୨୧ରେ ସ୍ସେସ୍‌ ଓ୍ବାକ୍‌ କରିବେ ୨ ମହିଳା

ଓ୍ବାଶିଂଟନ,୬।୧୦: ମହାକାଶ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ଅକ୍ଟୋବର ୨୧ରେ ୨ ଜଣ ମହିଳା ମହାକାଶଚାରୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ବାହାରେ ସ୍ପେସ୍‌ ଓ୍ବାକ୍‌ କରିବେ। ମହାକାଶଚାରୀ ଜେସିକା ମୀର୍‌ ଏବଂ କ୍ରେଷ୍ଟିନା କୋଚ୍‌ ମହାକାଶ କେନ୍ଦ୍ରର ବାହାରେ ଲାଗିଥିବା ସୋଲାର ପ୍ୟାନେଲ୍‌ରେ  ଲିଥିୟମ୍‌ ବ୍ୟାଟେରୀର ପରିବର୍ତ୍ତନ କରିବେ। ପ୍ରଥମେ ଏହା ମାର୍ଚ୍ଚ ମାସରେ ହେବାର ଥିଲା। ତେବେ ସ୍ପେସ୍‌ ସୁଟ୍‌ ଅଭାବରୁ ଏହା ହୋଇପାରି ନ ଥିଲା। ଅକ୍ଟୋବର ମାସରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ବାହାରେ ୫ ଥର ସ୍ପେସ୍‌ ଓ୍ବାକ୍‌ କରାଯିବ। ଏଠାରେ ଥିବା ୬ ମହାକାଶଚାରୀ କେନ୍ଦ୍ରର ମରାମତି କରିବେ। ଏବେ ଏହି କେନ୍ଦ୍ରରେ ମହାକାଶଚାରୀ ଜେସିକା ମୀର୍‌, କ୍ରେଷ୍ଟିନା କୋଚ୍‌, ଏଣ୍ଡ୍ର୍ୟୁ ମୋର୍ଗନ, ଓଲେଗ ସ୍କିପୋଚା, ଆଲେକ୍ସଜାଣ୍ଡାର ସ୍କବୋର୍ତସୋବ୍‌ ଏବଂ ଲୁକା ପରମିତାନୋ ରହିଛନ୍ତି। ଅକ୍ଟୋବର ୧୧, ୧୬, ୨୧, ୨୫ ଏବଂ ୩୧ରେ ସ୍ପେସ୍‌ ଓ୍ବାକ୍‌ କରାଯିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?