Posted inଫୁରସତ

ମହାକାଶ ଭ୍ରମଣ: ଭଡ଼ା ୯୬ ଲକ୍ଷ

ଓ୍ବାଶିଂଟନ, ୨୨।୬: ପର୍ଯ୍ୟଟନ ଶିଳ୍ପ ବିକାଶ ପାଇଁ ଆମେରିକାର ଷ୍ଟାର୍ଟଅପ୍‌ ‘ସ୍ପେସ୍‌ ପ୍ରସ୍ପେକ୍ଟିଭ୍‌’ ପକ୍ଷରୁ ଏକ ନୂଆ ଧରଣର ଯୋଜନା ପ୍ରସ୍ତୁତ କରାଯାଇଛି। ୨୦୨୪ଠାରୁ ଏହି କମ୍ପାନୀ ପର୍ଯ୍ୟଟକଙ୍କୁ ମହାକାଶ ଭ୍ରମଣର ସୁଯୋଗ ଯୋଗାଇଦେବ। କମ୍ପାନୀ ପକ୍ଷରୁ ‘ସ୍ପେସ୍ଶିପ୍‌ ନେପଚୁନ୍‌’ର ଶୁଭାରମ୍ଭ କରାଯିବା ଲାଗି ଜୋରସୋରରେ କାମ ଜାରି ରହିଛି। ଏକ କ୍ୟାପସୁଲ୍‌ ବେଲୁନରେ ପର୍ଯ୍ୟଟକଙ୍କୁ ମହାକାଶ ଭ୍ରମଣ କରାଯିବ। ଏହି ବେଲୁନରେ ୯ ଜଣ ପର୍ଯ୍ୟଟକଙ୍କର ବସିବା ଭଳି ସୁବିଧା ରହିବ। ଏଥିରେ ପର୍ଯ୍ୟଟକଙ୍କୁ କୌଣସି ସ୍ପେସ୍‌ ସୁଟ୍‌ ପିନ୍ଧିବାକୁ ପଡ଼ିବ ନାହିଁ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ବସି ବୁଲିବା ପାଇଁ ୬ଘଣ୍ଟାକୁ ୯୬ ଲକ୍ଷ ଟଙ୍କା ଭଡ଼ା ଦେବାକୁ ପଡ଼ିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ବାୟୁମଣ୍ଡଳର ଉପରସ୍ତରରେ ପହଞ୍ଚିବା ପାଇଁ ୨ ଘଣ୍ଟା ଏବଂ ଓହ୍ଲାଇବା ଲାଗି ୨ ଘଣ୍ଟା ସମୟ ଲାଗିବ। ଭୂପୃଷ୍ଠରୁ ୧୦ ହଜାର ଫୁଟ ଉପରେ ପର୍ଯ୍ୟଟକମାନେ ୨ ଘଣ୍ଟା ବେଲୁନ କ୍ୟାପସୁଲରେ ବସି ଉଡ଼ି ବୁଲିବେ। ପର୍ଯ୍ୟଟକଙ୍କୁ ଏକ ସ୍ବତନ୍ତ୍ର ଅନୁଭୁତି ଦେବା ପାଇଁ ଏଭଳି ଯୋଜନା କରାଯାଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri