ମହାଗୁଡ଼ି, ତାଜୁଙ୍ଗିଆ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୬।୭(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ଝିପିଝିପି ବର୍ଷା ଲାଗି ରହିଛି। ଫଳରେ ପକ୍କାରାସ୍ତା ନ ଥିବା ବିଭିନ୍ନ ଗ୍ରାମବାସୀଙ୍କ ସମସ୍ୟା ବଢିଯାଇଛି। ତାଜୁଙ୍ଗିଆ ପଞ୍ଚାୟତକୁ ଥିବା କଚ୍ଚାରାସ୍ତା କର୍ଦ୍ଦମାକ୍ତ ହୋଇଯାଇଛି। ଫଳରେ ଗାଡ଼ିମଟର ଯିବା ତ ଦୂରର କଥା ପାଦରେ ଚାଲି ଯିବା ମଧ୍ୟ ମୁସ୍କିଲ ହୋଇପଡୁଥିବା କହିଛନ୍ତି ଗ୍ରାମର ଏଲିୟ ନାୟକ। ରାସ୍ତାରେ କାଦୁଅ ଯୋଗୁ ରୋଗୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନେବା ମୁସ୍କିଲ ହୋଇପଡ଼ିଛି। ଖଟିଆରେ ବୋହିନେବା ଛଡ଼ା ଆଉ କିଛି ଉପାୟ ନାହିଁ। ଗ୍ରାମକୁ ସବୁଦିନିଆ ଭଲ ରାସ୍ତା ନ ଥିବାରୁ ଆଜି ପର୍ଯ୍ୟନ୍ତ କୌଣସି ଯାତ୍ରିବାହୀ ବସ ଚଳାଚଳ କରୁନାହିଁ। କେବଳ ଅଟୋ ଯାତାୟତ କରୁଥିବା ବେଳେ ଏବେ କାଦୁଅ ଯୋଗୁ ତାହା ମଧ୍ୟ ଯାଇପାରୁନାହିଁ। ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କରାଯାଉଥିବା ବେଳେ ଏବେ ଏକାଧିକ ସ୍ଥାନରେ କଲଭର୍ଟ ନିର୍ମାଣ ଚାଲିଛି। ତାହା ମଧ୍ୟ ଅତି ନିମ୍ନ ମାନର କାର୍ଯ୍ୟ କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ମହାଗୁଡ଼ି ଠାରୁ ତାଜୁଙ୍ଗିଆ ରାସ୍ତା ମାତ୍ର ୩ କି.ମି ପାଇଁ ୮୦ ଲକ୍ଷ ଟଙ୍କା ଅନୁଦାନ ରହିଛି। ଘାଟି କଟାଯିବା ଏବଂ ପକ୍କାରାସ୍ତା ନିର୍ମାଣ ପାଇଁ ଆହୁରି ଅଧିକା ଅର୍ଥର ଆବଶ୍ୟକତା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି। କଲଭର୍ଟ ନିର୍ମାଣ ଯୋଗୁ ନୂଆ ମାଟି ଖୋଳା ଯାଇଥିବାରୁ ବର୍ଷାପରେ କାଦୁଅ ହୋଇଛି। ସେଠାରେ ଅଧିକ ଗୋଡି ଥିବା ମୋରମ ପକାଇବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଦାରିଙ୍ଗବାଡ଼ି ସେକ୍ସନ ସହକାରୀ ନିର୍ବାହୀ ଯନ୍ତ୍ରୀ ମନ୍ମଥ ସୁବୁଦ୍ଧି କହିଛନ୍ତି। କଲଭର୍ଟ ନିମ୍ନମାନର କାର୍ଯ୍ୟ ସମ୍ପର୍କରେ ସେ ତଦନ୍ତ କରିବେ ବୋଲି କହିଛନ୍ତି।
ଯେ, ତାଜୁଙ୍ଗିଆ ପଞ୍ଚାୟତକୁ ସବୁଦିନିଆ ରାସ୍ତା ନିର୍ମାଣ ଦାବିରେ ୨୦୧୮ ନଭେମ୍ବର ୮ରୁ ତାଜୁଙ୍ଗିଆବାସୀ ଅନେକଥର ଆନ୍ଦୋଳନ କରିବା ସହ ଦାରିଙ୍ଗବାଡ଼ି ଠାରୁ ବ୍ରାହ୍ମଣୀଗାଁ ରାସ୍ତା ଅବରୋଧ କରିଥିଲେ। ପରେ ଜିଲା ପ୍ରଶାସନ ସହ ଗ୍ରାମବାସୀଙ୍କ ଆଲୋଚନା ହୋଇ ରାସ୍ତା ସମ୍ପ୍ରସାରଣ ପ୍ରତିଶ୍ରୁତି ମିଳିଥିଲା। ଏବେ ଗ୍ରାମ୍ୟ ଉନ୍ନୟନ ବିଭାଗ ଏହି ରାସ୍ତା ସମ୍ପ୍ରସାରଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri